ଆମ ବସ ଦୁର୍ଘଟଣାରେ ଅଟୋ ଚାଳକଙ୍କ ମୃତ୍ୟୁ ଘଟଣା, ମୁଖ୍ୟମନ୍ତ୍ରୀଙ୍କ ୪ ଲକ୍ଷ ଟଙ୍କା ସହାୟତା ଘୋଷଣା

132

ଭୁବନେଶ୍ବର: ଗତକାଲି ଭୁବନେଶ୍ୱର ରୂପାଲି ଛକ ନିକଟରେ ଆମ ବସ ଓ ଅଟୋ ମଧ୍ୟରେ ଧକା ହେବ ଫଳରେ ଅଟୋ ଚାଳକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କରିଛନ୍ତି। ଏ ଘଟଣାରେ ଆହତ ହୋଇଥିବା ଛାତ୍ରୀଙ୍କ ଆଶୁ ଆରୋଗ୍ୟ ମଧ୍ୟ ମୁଖ୍ୟମନ୍ତ୍ରୀ କାମନା କରିଛନ୍ତି। ତେବେ ‘ଆମ ବସ’ ପରିବହନରେ ବାରମ୍ବାର ଦୁର୍ଘଟଣା ଘଟୁଥିବାରୁ ମୁଖ୍ୟମନ୍ତ୍ରୀ ଗଭୀର ଚିନ୍ତା ପ୍ରକଟ କରିଛନ୍ତି। ଆମ ବସ ପରିଚାଳନା ସଂସ୍ଥା CRUT ସହିତ ସମନ୍ୱୟ ରକ୍ଷା କରି ଏ ସମସ୍ୟାରେ ଉନ୍ନତି ଆଣିବା ପାଇଁ ପଦକ୍ଷେପ ନେବାକୁ ସେ ପରିବହନ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି।

Comments are closed, but trackbacks and pingbacks are open.