ଭୁବନେଶ୍ୱର: ଆଜିଠୁ ସ୍ୱାଭାବିକ ହେଲା ଧାନ କିଣା। ଏନେଇ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ମନ୍ତ୍ରୀ ସୂଚନା ଦେଇ କହିଛନ୍ତି ଯେ ୧୯ଟି ଜିଲ୍ଲାରେ ଆଜି ସୁଦ୍ଧା ୩.୧୫ ଲକ୍ଷ ଚାଷୀଙ୍କଠୁ ଧାନ ସଂଗ୍ରହ ହୋଇଛି। ୧୩ ଲକ୍ଷ ୯୩ ହଜାର ୮୬୭ ମେଟ୍ରିକ ଟନ୍ ଧାନ ସଂଗ୍ରହ ହୋଇଛି। ୧୩ ଲକ୍ଷ ୫୯ ହଜାର ୯୭୬ ମେଟ୍ରିକ ଟନ୍ ଧାନ ମିଲର୍ସ ଉଠାଇଛନ୍ତି। ମିଲର୍ସଙ୍କ କିଛି ଦାବିକୁ ମାନିଛନ୍ତି ସରକାର। ଗତକାଲି ମିଲର୍ସଙ୍କ ସହ ଆଲୋଚନା କରିଥିଲେ ମନ୍ତ୍ରୀ।
Comments are closed, but trackbacks and pingbacks are open.