SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ: ୧୦ ରୋଗୀଙ୍କ ମୃତ୍ୟୁ

12

କଟକ: ରବିବାର ବିଳମ୍ବିତ ରାତିରେ ଏସ୍‌ସିବି ମେଡିକାଲ ର ଟ୍ରମା କେୟାର ସେଣ୍ଟରରେ ଭୟାବହ ଅଗ୍ନିକାଣ୍ଡ ଘଟିଥିଲା । ଦେଖୁ ଦେଖୁ ନିଆଁ ଚାରିଆଡେ ବ୍ୟାପିଯାଇଥିଲା l ଯାହାପରେ ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦିଆଯାଇଥିଲା । ଅଗ୍ନିଶମ ବାହିନୀର ଟିମ୍‌ ମାନେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା ପାଇଁ ଚେଷ୍ଟା କରିଥିଲେ l ଦୀର୍ଘ ସମୟର ପରିଶ୍ରମ ପରେ କିଛି ଲୋକଙ୍କୁ ଭୟାବହ ଅଗ୍ନିକାଣ୍ଡ ଭିତରୁ କିଛି ଲୋକଙ୍କୁ ଉଦ୍ଧାର କରିଥିଲେ । ହେଲେ ସେତବେଳେକୁ ହୋଇସାରିଥିଲା ବହୁ ବିଳମ୍ବ । ଏହି ଅଗ୍ନିକାଣ୍ଡରେ ୧୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇସାରିଥିବା ବେଳେ ଅନେକ ଗୁରୁତର ହୋଇଛନ୍ତି ।

ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲକୁ ପଠାଇଯାଇଛି । ଯେପରି କ୍ୟାପିଟାଲ ହସ୍ପିଟାଲ ଆଦି । ତେବେ ବର୍ତ୍ତମାନ ସୁଦ୍ଧା ନିଆଁ ଲାଗିବାର କାରଣ ସ୍ପଷ୍ଟ ହୋଇନଥିବା ବେଳେ ବିଦ୍ୟୁତ ସର୍ଟ ସର୍କିଟରୁ ନିଆଁ ଲାଗିଥିବା ସୂଚନା ମିଳିଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ସମୀକ୍ଷା କରିଛନ୍ତି । ସେ ମୃତକଙ୍କ ପରିବାର ପ୍ରତି ଗଭୀର ସମବେଦନା ଜଣାଇବା ସହ ପ୍ରତ୍ୟେକ ମୃତକଙ୍କ ପରିବାର ପାଇଁ ୨୫ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ।

Comments are closed, but trackbacks and pingbacks are open.