ଶିଶୁ ମୃତ୍ୟୁ ନେଇ କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା

51

ଭୁବନେଶ୍ୱର :କ୍ୟାପିଟାଲ ହସ୍ପିଟାଲରେ ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ମିଳିଥିବା ସୂଚନା ଅନୁଯାୟୀ ଖୋର୍ଦ୍ଧା ଚାନ୍ଦପୁର ଏକ ଏକ ଶିଶୁ ସାଇକେଲ ଧକ୍କାରେ ଆହତ ହୋଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଥିଲା। କିନ୍ତୁ ଭୁଲ ଇଞ୍ଜେକ୍ସନ୍ ଯୋଗୁଁ ଶିଶୁଟିର ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଯାହାକୁ ନେଇ ଆଜି ପୋଷ୍ଟମର୍ଟମ ଓ୍ବାର୍ଡରେ ଉତ୍ତେଜନା ପରିସ୍ଥିତି ଦେଖିବାକୁ ମିଳିଛି। ମୃତକର ପରିବାର ଡାକ୍ତର ଓ ନର୍ସ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ବସି ରହିଛନ୍ତି । ପୁଲିସ୍‌ ଘଟଣାସ୍ଥଳରେ ଉପସ୍ଥିତ ରହି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବାକୁ ଉଦ୍ୟମ ଜାରି ରଖିଛି। ସେପଟେ କଂଗ୍ରେସ ନେତା ସୁରେଶ ରାଉତରାୟ ମୃତ ଶିଶୁର ପରିବାର ବର୍ଗଙ୍କୁ ଭେଟିଥିବାବେଳେ ଏନେଇ ହସ୍ପିଟାଲ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ ।

Comments are closed, but trackbacks and pingbacks are open.