ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କଘୋଷଣା: ଏପ୍ରିଲ ୧ରୁ ନୂଆ ପଞ୍ଜୀକରଣ

209

ଭୁବନେଶ୍ୱର: ରାଜ୍ୟର ମହିଳାମାନଙ୍କ ପାଇଁ ଏକ ବଡ଼ ଖବର। ସୁଭଦ୍ରା ଯୋଜନାରେ ସାମିଲ ହେବାକୁ ବାକି ରହିଯାଇଥିବା ଯୋଗ୍ୟ ହିତାଧିକାରୀଙ୍କ ପାଇଁ ରାଜ୍ୟ ସରକାର ପୁଣି ଥରେ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ କରିବାକୁ ଯାଉଛନ୍ତି। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ, ଯେଉଁ ମହିଳାମାନେ ଏପର୍ଯ୍ୟନ୍ତ ଏହି ଯୋଜନାରେ ଅନ୍ତର୍ଭୁକ୍ତ ହୋଇନାହାନ୍ତି, ସେମାନେ ଆସନ୍ତା ମାସକ ମଧ୍ୟରେ ଆବେଦନ କରିପାରିବେ। ଆବେଦନକାରୀଙ୍କ ବୟସ ୦୧.୦୪.୨୦୨୬ ସୁଦ୍ଧା ୨୧ ବର୍ଷରୁ ଅଧିକ ଏବଂ ୬୦ ବର୍ଷରୁ କମ୍ ହୋଇଥିବା ଆବଶ୍ୟକ। ରାଜ୍ୟର ମହିଳାମାନଙ୍କୁ ଆର୍ଥିକ ଭାବେ ସଶକ୍ତ ଓ ସ୍ୱାବଲମ୍ବୀ କରିବା ପାଇଁ ସରକାରଙ୍କ ଏହି ଅଭିନବ ପ୍ରୟାସ ‘ସୁଭଦ୍ରା ଯୋଜନା’ରେ ଅଧିକରୁ ଅଧିକ ହିତାଧିକାରୀଙ୍କୁ ସାମିଲ କରିବା ପାଇଁ ଏହି ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ କରାଯାଇଛି।

Comments are closed, but trackbacks and pingbacks are open.