ସୋଆରେ ଉତ୍କଳ ଦିବସ ପାଳିତ

73

ଭୁବନେଶ୍ୱର , ଏପ୍ରିଲ ୦୧: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ ଟୁ ବି ବିଶ୍ୱବିଦ୍ୟାଳୟ ପକ୍ଷରୁ ବୁଧବାର ୯୧ତମ ଉତ୍କଳ ଦିବସ ପାଳିତ ହୋଇଯାଇଛି । ସୋଆର ମୁଖ୍ୟ କାର୍ଯ୍ୟାଳୟରେ ଆୟୋଜିତ ଏହି ସ୍ୱତନ୍ତ୍ର ଉତ୍ସବରେ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ, ସୋଆ ଆନ୍ତର୍ଜାତିକ ଉପଦେଷ୍ଟା ମଣ୍ଡଳୀର ଅଧ୍ୟକ୍ଷ ପ୍ରଫେସର ଦାମୋଦର ଆଚାର୍ଯ୍ୟ ଏବଂ ବରିଷ୍ଠ କର୍ମକର୍ତାଗଣ ଯୋଗ ଦେଇ ଉତ୍କଳ ପ୍ରଦେଶ ଗଠନର ମହାନ ବରପୁତ୍ର ମାନଙ୍କର ସ୍ମୃତି ଚାରଣ କରିଥିଲେ ।
ଏହି ଅବସରରେ ଉପସ୍ଥିତ ବ୍ୟକ୍ତି ବିଶେଷ ବନ୍ଦେ ଉତ୍କଳ ଜନନୀ ଗାନ କରିବା ସହ ବରପୁତ୍ରମାନଙ୍କ ଫଟୋଚିତ୍ରରେ ପୁଷ୍ପ ଅର୍ପଣ କରିଥିଲେ ।
କାର୍ଯ୍ୟକ୍ରମକୁ ଛାତ୍ର ମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ପରିଚାଳନା କରିଥିଲେ ।

Comments are closed, but trackbacks and pingbacks are open.