ଦୀପାବଳିରେ ଜଗନ୍ନାଥ ଦର୍ଶନ ବନ୍ଦ ରହିବ

22

ପରମ୍ପରା ଅନୁଯାୟୀ ଦୀପାବଳି ଦିନ ଭକ୍ତମାନେ ଶ୍ରୀ ମନ୍ଦିର ବାଇଶି ପାହାଚରେ ପୟାଶ୍ରାଦ୍ଧ ଦେଇଥାନ୍ତି ଏବଂ ସିଂହଦ୍ୱାର ସାମ୍ନାରେ ଏକତ୍ରିତ ହୋଇ କାଉଡିଆ କାଠ ଜାଳି ବଡବଡୁଆ ଡାକିବା ପ୍ରଥା ରହିଆସିଛି । ତେବେ କୋଭିଡ୍ ସଂକ୍ରମଣ ଦୃଷ୍ଟିରୁ ପ୍ରଶାସନ ପକ୍ଷରୁ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବା ସହ କାଉଡିଆ କାଠି ଜାଳିବା ଉପରେ କଟକଣା ଜାରି କରାଯାଇଛି। ଏଥି ସହ ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ୧୪୪ଧାରା ଜାରି ହେବ। ଏବଂ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବା I ସେହିପରି କାଳିପୂଜା ଅବସରରେ ୪ ଓ ୫ ତାରିଖରେ ବୀରଗୋବିନ୍ଦପୁରସ୍ଥିତ ଦକ୍ଷିଣକାଳୀ ପୀଠରେ ମଧ୍ୟ ୧୪୪ଧାରା ଜାରି କରାଯିବ।
ସୂଚନାଯୋଗ୍ୟ, ଆଜିଠୁ ପୁରୀ ବାସିନ୍ଦା ପଶ୍ଚିମଦ୍ୱାର ଦେଇ ଶ୍ରୀଜିଉଙ୍କୁ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ପ୍ରବେଶ କରିଛନ୍ତି । ଏଥିପାଇଁ ସ୍ୱତନ୍ତ୍ର ବ୍ୟାରିକେଡ ବ୍ୟବସ୍ଥା କରାଯାଇଛି। ଏହା ସହ ଦୁଇଟି କିଓସ୍କ କରାଯାଇଛି। ସ୍ୱତନ୍ତ୍ର ଧାଡିରେ ପୁରୀ ବାସିନ୍ଦା ସାତ ପାହାଚ ଦେଇ ଶ୍ରୀମନ୍ଦିରରେ ପ୍ରବେଶ କରି ଶ୍ରୀଜିଉଙ୍କ ଦର୍ଶନ କରିପାରିବେ। ଏଥିନିମନ୍ତେ ସେମାନଙ୍କୁ ଦୁଇଟି ଡୋଜ କୋଭିଡ୍ ଟିକା କିମ୍ବା ଆରଟିପିସିଆର ନେଗେଟିଭ ରିପୋର୍ଟ ଦେଖାଇବାକୁ ପଡ଼ିବ। ଦର୍ଶନ ପରେ ଉତ୍ତର କିମ୍ବା ଦକ୍ଷିଣ ଦ୍ୱାର ଦେଇ ବାହାରକୁ ବାହାରିପାରିବାର ବ୍ୟବସ୍ଥା କରାଯାଇଛି I

Leave A Reply

Your email address will not be published.