ତାତିରୁ ମିଳୁନି ନିସ୍ତାର: ୪୦ ଡିଗ୍ରୀ ଉପରେ ରାଜ୍ୟର ୧୮ ସହର, ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ

73

ଭୁବନେଶ୍ୱର: ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଅଧିକାଂଶ ଜିଲ୍ଲାରେ ପାରଦ ୪୦ ଡିଗ୍ରୀ ଉପରେ ରହୁଥିବା ବେଳେ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଆକ୍ତାମାକ୍ତା କରିଛି। ବିଶେଷ କରି ପଶ୍ଚିମ ଓଡ଼ିଶାରେ ତାତିର ପ୍ରକୋପ ସର୍ବାଧିକ ରହିଛି। ଝାରସୁଗୁଡ଼ା ଦେଶର ଅନ୍ୟତମ ଉତ୍ତପ୍ତ ସହର ଭାବେ ରେକର୍ଡ କରିଥିବା ବେଳେ ଏଠାରେ ତାପମାତ୍ରା ୪୪ ଡିଗ୍ରୀ ଉପରେ ରହୁଛି। ସେହିପରି ସମ୍ବଲପୁରରେ ୪୩ ଡିଗ୍ରୀ ଏବଂ ରାଉରକେଲାରେ ପାରଦ ୪୨ ଡିଗ୍ରୀ ପାର୍ କରିଛି। ବଲାଙ୍ଗୀର ସମେତ ସମଗ୍ର ପଶ୍ଚିମ ଓଡ଼ିଶାରେ ପ୍ରଚଣ୍ଡ ରୌଦ୍ରତାପ ଅନୁଭୂତ ହେଉଛି। ଅନ୍ୟପଟେ ଭୁବନେଶ୍ୱର, ପୁରୀ, ପାରାଦୀପ ଓ ବାଲେଶ୍ୱର ଭଳି ଉପକୂଳବର୍ତ୍ତୀ ଅଞ୍ଚଳରେ ତାପମାତ୍ରା ୪୦ ଡିଗ୍ରୀ ତଳକୁ ଖସିଥିଲେ ମଧ୍ୟ ବାୟୁମଣ୍ଡଳରେ ଆର୍ଦ୍ରତା ଅଧିକ ଥିବାରୁ ପ୍ରବଳ ଗୁଳୁଗୁଳି ଜାରି ରହିଛି। ଆଜିଠାରୁ ତାତି ସାମାନ୍ୟ କମିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ତେବେ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗୀର, ଅନୁଗୁଳ, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼ା, କଟକ, ଯାଜପୁର ଏବଂ ଭଦ୍ରକ ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ‘ୟେଲୋ ୱାର୍ଣ୍ଣିଂ’ ଜାରି କରାଯାଇଛି।

Comments are closed, but trackbacks and pingbacks are open.