କଟକ: ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ରେଜଲ୍ଟ ପୁସ୍ତିକା ଉନ୍ମୋଚନ କରିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ସନ୍ଧ୍ୟା ୬ଟା ପରଠାରୁ ୱେବସାଇଟରେ ରେଜଲ୍ଟ ଉପଲବ୍ଧ ହେବ । ଚଳିତ ବର୍ଷ ମାଟ୍ରିକ ବାର୍ଷିକ ପରୀକ୍ଷାରେ ପାସ୍ ହାର ୯୫.୩୩ ପ୍ରତିଶତ ରହିଛି। ଅର୍ଥାତ ମୋଟ୍ ୫ଲକ୍ଷ ୧୯ ହଜାର ୨୫୧ ଜଣ ଛାତ୍ରଛାତ୍ରୀ ଉତୀର୍ଣ୍ଣ ହୋଇଛନ୍ତି। ଚଳିତବର୍ଷ ଠାରୁ ପ୍ରଥମ ଥର ପାଇଁ ପରୀକ୍ଷାର୍ଥୀମାନେ ଓଡ଼ିଆରେ ମାଟ୍ରିକ ସାର୍ଟିଫିକେଟ ପାଇବେ । ଚଳିତବର୍ଷ ମାଟ୍ରିକ ପରୀକ୍ଷା ଫେବୃଆରୀ ୧୯ ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖ ଯାଏ ଚାଲିଥିଲା । ରାଜ୍ୟର ୫ ଲକ୍ଷ ୬୧ ହଜାର ୯୭୯ ଜଣ ଛାତ୍ରଛାତ୍ରୀ ୩୦୮୨ ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ଦେଇଥିଲେ ।
Comments are closed, but trackbacks and pingbacks are open.