ଭୁବନେଶ୍ୱର: ରାଜ୍ୟରେ ଏବେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳୁଛି। ଅପରାହ୍ନ ହେଲେ କଳାହାଣ୍ଡିଆ ମେଘ ସାଙ୍ଗକୁ ପ୍ରବଳ ବର୍ଷା, ବଜ୍ରପାତ ଓ ଝଡ଼ପବନ ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ଆଞ୍ଚଳିକ ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଆସନ୍ତା ମେ’ ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ସ୍ଥିତି ଜାରି ରହିବ। ଗତକାଲି କାଳବୈଶାଖୀ ପ୍ରଭାବରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଥିବା ବେଳେ, ବର୍ଷା ଓ ପବନ ସମୟରେ ଲୋକଙ୍କୁ ଘରୁ ବାହାରକୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି। ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବାଲେଶ୍ବର, ମୟୂରଭଞ୍ଜ ଓ ସୁନ୍ଦରଗଡ଼। ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, ସୋନପୁର, ବଲାଙ୍ଗୀର ଓ ନୂଆପଡ଼ା। ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ ବର୍ଷାର ସମ୍ଭାବନା ରହିଛି। ଆସନ୍ତାକାଲିଠାରୁ କାଳବୈଶାଖୀର ପ୍ରକୋପ ଆହୁରି ବଢ଼ିବ। ଘଣ୍ଟାପ୍ରତି ୫୦-୬୦ କିମି ବେଗରେ ପବନ ବହିବା ଆଶଙ୍କା ଥିବାରୁ ୭ଟି ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି।
Comments are closed, but trackbacks and pingbacks are open.