ଭୁବନେଶ୍ୱର: ରାଜଧାନୀ ଉପକଣ୍ଠରେ ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଖୋର୍ଦ୍ଧା-ଚନ୍ଦକା ରୋଡ୍ର ଭୋଳା ଛକ ନିକଟରେ ଏକ କାର୍ ଏବଂ ହାଇୱା ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୨ ଜଣଙ୍କର ପ୍ରାଣହାନି ଘଟିଥିବା ବେଳେ ୫ ଜଣ ଗୁରୁତର ହୋଇଛନ୍ତି। ଆଜି ଏହି ଭୟଙ୍କର ଦୁର୍ଘଟଣା ଘଟିଛି। ସୂଚନା ଅନୁସାରେ, ଦୁର୍ଘଟଣାଗ୍ରସ୍ତ କାର୍ରେ ମୋଟ ୭ ଜଣ ଯାତ୍ରୀ ଥିଲେ। ମୃତାହତମାନେ ନିକଟସ୍ଥ ଏକ ଘରୋଇ ଶିକ୍ଷାନୁଷ୍ଠାନର ଛାତ୍ର ବୋଲି ପୋଲିସ ସୂତ୍ରରୁ ଜଣାପଡ଼ିଛି। ଖବର ଲେଖାଯିବା ସୁଦ୍ଧା ସେମାନଙ୍କର ସଠିକ୍ ପରିଚୟ ମିଳିପାରିନାହିଁ। ଦୁର୍ଘଟଣାରେ ଗୁରୁତର ହୋଇଥିବା ୫ ଜଣଙ୍କ ମଧ୍ୟରୁ ୩ ଜଣଙ୍କୁ ଭୁବନେଶ୍ୱରର ବିଭିନ୍ନ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ, ଅନ୍ୟ ୨ ଜଣଙ୍କ ଅବସ୍ଥା ଅଧିକ ସଙ୍କଟାପନ୍ନ ହେବାରୁ ସେମାନଙ୍କୁ କଟକ ବଡ଼ ମେଡିକାଲ (SCB) ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରେ ଚନ୍ଦକା ପୋଲିସ ପହଞ୍ଚି ଦୁର୍ଘଟଣାଗ୍ରସ୍ତ କାର୍ ଓ ହାଇୱାକୁ ଜବତ କରିଛି। ଦୁର୍ଘଟଣା ପରେ ହାଇୱା ଚାଳକ ଫେରାର ହୋଇଯାଇଥିବା ବେଳେ ତାକୁ ଧରିବା ପାଇଁ ପୋଲିସ ତଦନ୍ତ ଜାରି ରଖିଛି।
Comments are closed, but trackbacks and pingbacks are open.