ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୨ପ୍ରତିଶତ ବୃଦ୍ଧି

27

ବନେଶ୍ୱର: ଆଜି ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧି ବିଷୟ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୮ପ୍ରତିଶତରୁ ୬୦ ପ୍ରତିଶତକୁ ବୃଦ୍ଧି ପାଇଛି । ଏହା ୨୦୨୬ ଜାନୁଆରୀ ପହିଲାରୁ ପିଚ୍ଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ମେ ମାସ ଦରମାରେ ନଗଦ ଆକାରରେ ମିଳିବ । ଏହା ସହିତ ପେନ୍ସନ ଭୋଗୀ ମାନଙ୍କ ଟି.ଆଇରେ ମଧ୍ୟ ଦୁଇ ପ୍ରତିଶତ ବୃଦ୍ଧି କରାଯାଇଛି । ସେମାନେ ମଧ୍ୟ ଅନୁରୂପ ଭାବେ ମେ ମାସ ପେନ୍ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ। ଏହାଦ୍ୱାରା ରାଜ୍ୟର ପ୍ରାୟ ସାଢେ ୮ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍ସନଭୋଗୀ ଉପକୃତ ହେବେ।

Comments are closed, but trackbacks and pingbacks are open.