ପେଟ୍ରୋଲ ଓ ଡିଜେଲ ଉପରୁ ୪ ପ୍ରତିଶତ ଭାଟ କମାଇଲେ ରାଜ୍ୟ ସରକାର

23

ପେଟ୍ରୋଲ ଓ ଡିଜେଲ ଉପରୁ ୪ ପ୍ରତିଶତ ଲେଖାଏଁ ଭାଟ କମାଇଲେ ରାଜ୍ୟ ସରକାର । ବର୍ତ୍ତମାନ ପେଟ୍ରୋଲରୁ ୨୮ ପ୍ରତିଶତ, ଡିଜେଲରୁ ୨୪ ପ୍ରତିଶତ ଭାଟ୍ ନେବେ ରାଜ୍ୟ ସରକାର । ପୂର୍ବରୁ ପେଟ୍ରୋଲରେ ୩୨% ଓ ଡିଜେଲରେ ୨୮% ଭାଟ ଲାଗୁଥିଲା । ସଂଶୋଧିତ ଭାଟ୍ ଅନୁଯାୟୀ, ପେଟ୍ରୋଲ ଲିଟର ପିଛା ୩ ଟଙ୍କା ୪ ପଇସା ଏବଂ ଡିଜେଲ ଲିଟର ପିଛା ୨ ଟଙ୍କା ୮୬ ପଇସା କମିବ ।ଏହା ଆଜିଠାରୁ ଲାଗୁ ହୋଇଥିବା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି ।
ଏହି ଆଧାରରେ ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୧୦୧ ଟଙ୍କା ୮୦ ପଇସା ଏବଂ ଡିଜେଲ ଲିଟର ପିଛା ୯୧ ଟଙ୍କା ୬୩ ପଇସାରେ ପହଞ୍ଚିଛି । ସେହିପରି ମାଲକାନଗିରିରେ ପେଟ୍ରୋଲ ଲିଟର ୧୦୭ ଟଙ୍କା ୫୫ ପଇସା ଓ ଡିଜେଲ୍ ୯୭ ଟଙ୍କା ୧୭ ପଇସାରେ ପହଞ୍ଚିଛି । ଆଗରୁ କେନ୍ଦ୍ର ସରକାର ପେଟ୍ରୋଲ ଉପରୁ ୫ ଟଙ୍କା ଓ ଡିଜେଲ ଉପରୁ ୧୦ ଟଙ୍କାର ଏକ୍ସାଇଜ୍ ଡ୍ୟୁଟି ହ୍ରାସ କରିଥିଲେ । ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ଟିକସ କମ୍ କରିବା ଫଳରେ ପେଟ୍ରୋଲ ଓ ଡିଜେଲ ଦାମ କମିଛି ।

Leave A Reply

Your email address will not be published.