ଭୁବନେଶ୍ୱର: ତାମିଲନାଡୁର ତିରୁଭଲ୍ଲୁରଠାରେ ଆମୋନିଆ ଗ୍ୟାସ୍ ଲିକ୍ ଦୁର୍ଘଟଣାରେ ୭ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଓଡ଼ିଶାରୁ ୪ଜଣ ପ୍ରାଣ ହରାଇଛନ୍ତି। ସମସ୍ତ ମୃତକଙ୍କ ପରିବାରବର୍ଗଙ୍କୁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ପ୍ରତ୍ୟେକ ମୃତ ଶ୍ରମିକଙ୍କ ପରିବାରକୁ CMRFରୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରାଯାଇଛି। ସୂଚନା ଥାଉ ଯେ, ଦୁର୍ଘଟଣାଗ୍ରସ୍ତ ଶ୍ରମିକମାନଙ୍କ ସହାୟତା ପାଇଁ ଓଡ଼ିଶା ସରକାର ନିରନ୍ତର ତାମିଲନାଡୁ ପ୍ରଶାସନ ସହ ଯୋଗାଯୋଗରେ ଅଛନ୍ତି। ରବିବାର ଓଡ଼ିଶାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ତାମିଲନାଡୁର ମୁଖ୍ୟ ଶାସନ ସଚିବଙ୍କ ସହ ଆଲୋଚନା କରିଥିଲେ। ଆହତ ଓଡ଼ିଆ ଶ୍ରମିକମାନେ ଯେଭଳି ଉପଯୁକ୍ତ ଚିକିତ୍ସା ହୋଇପାରିବ ଏବଂ ଅନ୍ୟାନ୍ୟ ସହାୟତା ଠିକ୍ ଭାବରେ ମିଳିପାରିବ, ସେ ବିଷୟରେ ଆଲୋଚନା କରିଥଲେ । ଏହି ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ଆହତ ଓଡ଼ିଆ ଶ୍ରମିକମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।
Comments are closed, but trackbacks and pingbacks are open.