କୋଚିଂ ସେଣ୍ଟରରେ ଲାଗିଲା ନିଆଁ :୧୫ ଛାତ୍ର ଜୀବନ୍ତ ଦଗ୍ଧ

28

ୟୁପି: ଲକ୍ଷ୍ନୌର ଅଲୀଗଞ୍ଜ ଅଞ୍ଚଳରେ ସୋମବାର ଏକ କୋଚିଂ ସେଣ୍ଟରରେ ଭୟଙ୍କର ନିଆଁ ଲାଗିଯିବା ଯୋଗୁଁ ୧୫ ଜଣ ଛାତ୍ର ପ୍ରାଣ ହରାଇଛନ୍ତି। ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ଦୁର୍ଘଟଣାରେ ପ୍ରିୟଜନଙ୍କୁ ହରାଇଥିବା ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ବରିଷ୍ଠ ଅଧିକାରୀମାନଙ୍କୁ ପ୍ରଭାବିତ ପରିବାରଙ୍କ ସହିତ ତୁରନ୍ତ ଯୋଗାଯୋଗ କରି ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଇଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେ ସ୍ପଷ୍ଟ କରିଛନ୍ତି ଯେ ଏହି ସମ୍ପୂର୍ଣ୍ଣ ମାମଲାର ତଦନ୍ତ ହେବ ଏବଂ ଦୋଷୀମାନଙ୍କୁ କଠୋର ଦଣ୍ଡ ଦିଆଯିବ l ଏହି ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଃଖ ପ୍ରକାଶ କରିବା ସହ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ସେ କହିଛନ୍ତି, “ଉତ୍ତର ପ୍ରଦେଶର ଲକ୍ଷ୍ନୌରେ ଘଟିଥିବା ଅଗ୍ନିକାଣ୍ଡ ଯୋଗୁଁ ହୋଇଥିବା ମୃତ୍ୟୁ ଖବର ଅତ୍ୟନ୍ତ ଦୁଃଖଦାୟକ। ପୀଡ଼ିତ ପରିବାର ପ୍ରତି ମୋର ସମବେଦନା ରହିଛି। “ଆହତମାନେ ଯଥାଶୀଘ୍ର ସୁସ୍ଥ ହୋଇଯାଆନ୍ତୁ। ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ୍ ପାଣ୍ଠି (PMNRF) ରୁ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୫0,000 ଟଙ୍କା ଲେଖାଏଁ ପ୍ରଦାନ କରାଯିବ ବୋଲି ସେ ଘୋଷଣା କରିଛନ୍ତି।

Comments are closed, but trackbacks and pingbacks are open.