ଯୁବକଙ୍କୁ ଲୁହା ରଡରେ ପିଟି ପିଟି ହତ୍ୟା

34

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ପୁଣି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି। ଜଣେ ଯୁବକଙ୍କୁ ଲୁହା ରଡରେ ନିର୍ମମ ଭାବେ ପିଟି ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟା ପରେ ଦୁର୍ବୃତ୍ତମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ସୂଚନା ମିଳିଛି। ମୃତକଙ୍କ ପରିଚୟ ଗଞ୍ଜାମ ଜିଲ୍ଲାର କୃଷ୍ଣଚନ୍ଦ୍ର ପାଢୀ ବୋଲି ଜଣାପଡ଼ିଛି। ଘଟଣାର ଖବର ପାଇ ଖଣ୍ଡଗିରି ଥାନା ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ବୈଜ୍ଞାନିକ ପ୍ରମାଣ ସଂଗ୍ରହ ସହ ଘଟଣାର ସମସ୍ତ ଦିଗକୁ ନେଇ ଖୋଳତାଡ଼ ଜାରି ରହିଛି। ତେବେ ହତ୍ୟାର ପ୍ରକୃତ କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ପୂର୍ବ ଶତ୍ରୁତା, ବ୍ୟକ୍ତିଗତ ବିବାଦ କିମ୍ବା ଅନ୍ୟ କୌଣସି କାରଣ ଏହା ପଛରେ ରହିଛି କି ନାହିଁ, ସେନେଇ ପୋଲିସ ତଦନ୍ତ ଜୋରଦାର କରିଛି। ଫେରାର ଅଭିଯୁକ୍ତମାନଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରହିଛି।

Comments are closed, but trackbacks and pingbacks are open.