ବିଜେପିରେ ମିଶିଲେ ପୂର୍ବତନ ବିଜେଡ଼ି ବିଧାୟକ ଡ଼ଃ ପ୍ରଭାତ ରଞ୍ଜନ ବିଶ୍ୱାଳ

37

ଭୁବନେଶ୍ବର: ବିଜେଡିର ବରିଷ୍ଠ ନେତା ତଥା ଚୌଦ୍ୱାର କଟକର ପୂର୍ବତନ ବିଧାୟକ ଡ଼ଃ ପ୍ରଭାତ ରଞ୍ଜନ ବିଶ୍ୱାଳ ଆଜି ବିଜେପିରେ ଯୋଗ ଦେଇଛନ୍ତି । ଭୁବନେଶ୍ବର ମାଷ୍ଟରକ୍ୟାଣ୍ଟିନ ଛକରୁ ଏକ ବିଶାଳ ରାଲିରେ ଯାଇ ପ୍ରଭାତ ବିଶ୍ବାଳ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ସେ ତାଙ୍କ ସାଥୀ ଓ ପ୍ରାୟ ୧୦ ହଜାରରୁ ଉର୍ଦ୍ଧ୍ଵ ସମର୍ଥକ ଓ ଦଳୀୟ କର୍ମୀଙ୍କୁ ସାଙ୍ଗରେ ନେଇ ସେ କଟକରୁ ବାହାରିଥିଲେ । ସମସ୍ତ ସମର୍ଥକଙ୍କ ସହିତ ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ୍ ଛକଠାରେ ଏକାଠି ହୋଇଥିଲେ । ସେଠାରୁ ଏକ ବିରାଟ ଶୋଭାଯାତ୍ରା ମାଧ୍ୟମରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପହଞ୍ଚିଥିଲେ । ତାଙ୍କୁ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଭବ୍ୟ ସ୍ୱାଗତ କରାଯାଇଥିଲା । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ମିଶ୍ରଣ ପର୍ବରେ ବିଜେପିର ବରିଷ୍ଠ ନେତାଙ୍କ ଉପସ୍ଥିତିରେ ସେ ବିଧିବଦ୍ଧ ଭାବେ ବିଜେପିରେ ସାମିଲ୍ ହୋଇଛନ୍ତି। 

Comments are closed, but trackbacks and pingbacks are open.