ମୁଖ୍ୟମନ୍ତ୍ରୀ ଆଜି ୧୪୩ଟି ସ୍ମାର୍ଟ ସ୍କୁଲ ଉଦଘାଟନ କରିବେ

0 100

ସରକାରୀ ସ୍କୁଲରେ ଶିକ୍ଷାଦାନରେ ବୈପ୍ଳବିକ ପରିବର୍ତ୍ତନ ପାଇଁ ରାଜ୍ୟ ସରକାର ବର୍ତ୍ତମାନ ସ୍ମାର୍ଟ ସ୍କୁଲର ପରିକଳ୍ପନା କରିଛନ୍ତି। ଛାତ୍ର ଛାତ୍ରୀ ମାନେ ନିଜ ସ୍କୁଲରେ ଇଣ୍ଟରନେଟ ବ୍ୟବହାର ଠାରୁ ଆରମ୍ଭ କରି ଅତ୍ୟାଧୁନିକ ଢାଞ୍ଚାରେ ନିର୍ମାଣ ହୋଇଥିବା ସ୍ମାର୍ଟ କ୍ଲାସ ରୁମରେ ପାଠ ପଢିବେ। ଏହାଦ୍ବାରା ଛାତ୍ରଛାତ୍ରୀଙ୍କ ମଧ୍ୟରେ ଆତ୍ମବିଶ୍ଵାସ ବଢିବା ସହ ଉନ୍ନତ ମାନର ଜ୍ଞାନ ମଧ୍ୟ ହାସଲ କରିପାରିବେ। ଏହି ଅନୁସାରେ ୫-ଟି ଅଧୀନରେ ରାଜ୍ୟ ସରକାରଙ୍କ ପକ୍ଷରୁ ସୁନ୍ଦରଗଡ଼ ଜିଲ୍ଲାର ୬୭ଟି ସରକାରୀ ହାଇସ୍କୁଲର ରୁପାନ୍ତରଣ କାର୍ୟ୍ୟ ଶେଷ ହୋଇଥିବା ବେଳେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଉଦଘାଟନ କରିବେ । ସନ୍ଧ୍ୟା ୫ଟାରେ ଭିଡିଓ କନଫରେସିଂ ଜରିଆରେ ମୁଖ୍ୟମନ୍ତ୍ରୀ ଉଦଘାଟନ କରିବେ। ଇ-ଲାଇବ୍ରେରୀ ସାଙ୍ଗକୁ ସ୍କାର୍ଟ କ୍ଲାସର ବ୍ୟବସ୍ଥା ଏହା ଅଧୀନରେ କରାଯାଉଛି । ସୁନ୍ଦରଗଡର ୬୭ଟି ବିଦ୍ୟାଳୟ ସହ ନବରଙ୍ଗପୁରର ୧୨ଟି, ବାଲେଶ୍ବରର ୨୪ଟି, କଳାହାଣ୍ଡିର ୧୦ଟି ଓ କଟକର ୩୦ଟି ହାଇସ୍କୁଲର ଉଦଘାଟନ କାର୍ୟ୍ୟକ୍ରମ ରହିଛି । ଏ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ସ୍କୁଲ ପରିସର ସୁନ୍ଦର ହେବା ସହ ସ୍ମାର୍ଟ କ୍ଲାସରୁମରେ ପାଠପଢ଼ା, ଇ-ଲାଇବ୍ରେରି, ବିଜ୍ଞାନାଗାର, ଖେଳପଡ଼ିଆ, ପାନୀୟ ଜଳ ଏବଂ ସ୍ୱଚ୍ଛ ଶୌଚାଳୟ ଆଦି ନିର୍ମାଣ କରାଯାଇଛି । ହାଇସ୍କୁଲର ରୂପାନ୍ତରଣ କାର୍ୟ୍ୟ ପରେ ସରକାରୀ ହାଇସ୍କୁଲରେ ପାଠ ପଢିବା ପାଇଁ ଛାତ୍ରଛାତ୍ରୀଙ୍କ ମନରେ ଆଗ୍ରହ ବୃଦ୍ଧି ପାଇଛି । ରାଜ୍ୟ ସରକାରଙ୍କ ଏଭଳି ନିଷ୍ପତ୍ତି ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଛାତ୍ରଛାତ୍ରୀ ଓ ଅଭିଭାବକ ଧନ୍ୟବାଦ ଜଣାଇଛନ୍ତି ।

Leave A Reply

Your email address will not be published.