ପ୍ରବଳ ବର୍ଷା ପାଇଁ ଅଧିକାରୀଙ୍କ ଛୁଟି ବାତିଲ

30

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷାର ପ୍ରକୋପ ବୃଦ୍ଧି ପାଇଛି। ବିଶେଷକରି ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏପଟେ ରାଜ୍ୟର ବନ୍ୟା ପରିସ୍ଥିତି ଦିନକୁ ଦିନ ସଙ୍ଗୀନ ହେଉଥିବା ବେଳେ ରାଜ୍ୟ ସରକାର ସମ୍ପୂର୍ଣ୍ଣ ସତର୍କତା ଅବଲମ୍ବନ କରିଛନ୍ତି। ସମ୍ଭାବ୍ୟ ସ୍ଥିତିକୁ ଦୃଷ୍ଟିରେ ରଖି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସମସ୍ତ ସରକାରୀ ଅଧିକାରୀ ଏବଂ କର୍ମଚାରୀଙ୍କ ଛୁଟି ବାତିଲ ଘୋଷଣା କରିଛନ୍ତି। ଆଜି ବନ୍ୟା ସ୍ଥିତିର ମୁକାବିଲା ନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ସମସ୍ତ ବିଭାଗର ସଚିବମାନଙ୍କ ଉପସ୍ଥିତିରେ ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷା ଓ ସମ୍ଭାବ୍ୟ ବନ୍ୟା ପରିଚାଳନା ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇଛି। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ୪ଟି ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି।

Comments are closed, but trackbacks and pingbacks are open.