ବ୍ରଜ ମୋହନ ରାମ ହେଲେ ଓଡ଼ିଶାର ନୂଆ ରାଜ୍ୟପାଳ

37

ନୂଆଦିଲ୍ଲୀ: ବିଜେପିର ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଡକ୍ଟର ବ୍ରଜମୋହନ ରାମଙ୍କୁ ଓଡ଼ିଶାର ନୂତନ ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି। ରାଷ୍ଟ୍ରପତି ଭବନ ପକ୍ଷରୁ ଏହି ଗୁରୁତ୍ୱପୂର୍ଣ୍ଣ ଘୋଷଣା କରାଯାଇଛି। ସେ ଖୁବଶୀଘ୍ର ରାଜ୍ୟପାଳ ଭବନର ଦାୟିତ୍ୱ ଗ୍ରହଣ କରିବେ l ୧୯୫୮ ଜାନୁଆରୀ ୧ ତାରିଖରେ ଝାଡ଼ଖଣ୍ଡର ପଲାମୁ ଜିଲ୍ଲା ଅନ୍ତର୍ଗତ ଚାନ୍ଦୱାଠାରେ ତାଙ୍କର ଜନ୍ମ । ସେ ରାଞ୍ଚି ବିଶ୍ୱବିଦ୍ୟାଳୟରୁ ୧୯୮୧ ମସିହାରେ ସ୍ନାତକ ଡିଗ୍ରୀ ହାସଲ କରିଥିଲେ। ସେ ପୂର୍ବରୁ ବିହାର ଓ ଝାଡ଼ଖଣ୍ଡ ଅଞ୍ଚଳରେ ଦୀର୍ଘ ବର୍ଷ ଧରି ରାଜନୀତିରେ ସକ୍ରିୟ ରହିଆସିଛନ୍ତି। ଝାଡ଼ଖଣ୍ଡର (ପୂର୍ବତନ ବିହାର) ପଲାମୁ ସଂସଦୀୟ କ୍ଷେତ୍ରରୁ ସେ କ୍ରମାଗତ ୩ ଥର – ୧୯୯୬, ୧୯୯୮ ଏବଂ ୧୯୯୯ ଜେନେରାଲ୍ ଇଲେକ୍ସନରେ ବିଜୟୀ ହୋଇ ଲୋକସଭାକୁ ନିର୍ବାଚିତ ହୋଇଥିଲେ। ସାଂସଦ ହେବା ପୂର୍ବରୁ ସେ ୧୯୯୧ ରୁ ୧୯୯୫ ପର୍ଯ୍ୟନ୍ତ ବିହାର ବିଧାନସଭାର ସଦସ୍ୟ ଭାବେ କାର୍ଯ୍ୟ କରିଥିଲେ।

Comments are closed, but trackbacks and pingbacks are open.