ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବ: ଖୋର୍ଦ୍ଧା ଜିଲ୍ଲାରେ ଦୁଇ ଦିନ ସ୍କୁଲ ବନ୍ଦ

61

ଭୁବନେଶ୍ବର: ସମ୍ଭାବ୍ୟ ସାମୁଦ୍ରିକ ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବ ଓ ସମ୍ଭାବ୍ୟ ବିପର୍ଯ୍ୟୟକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ କଡ଼ା ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ସର୍ବାଧିକ ପ୍ରାଥମିକତା ଦେଇ ଜିଲ୍ଲାପାଳ ଅମ୍ରିତ ଋତୁରାଜ ଜିଲ୍ଲାର ସମସ୍ତ ଶିକ୍ଷାନୁଷ୍ଠାନକୁ ଦୁଇ ଦିନ ପାଇଁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜିଲ୍ଲା ପ୍ରଶାସନର ନିର୍ଦ୍ଦେଶନାମା ଅନୁଯାୟୀ, ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ସମସ୍ତ ସରକାରୀ, ଅନୁଦାନପ୍ରାପ୍ତ ଏବଂ ବେସରକାରୀ ସ୍କୁଲଗୁଡ଼ିକ ଆଜି ଅପରାହ୍ନ ଗୋଟାଏ ଠାରୁ ଆସନ୍ତାକାଲି ଅର୍ଥାତ୍ ଅକ୍ଟୋବର ୨୭ ଓ ୨୮ ତାରିଖ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ବନ୍ଦ ରହିବ। ଏହି କଟକଣା ଶିଶୁ ବାଟିକାରୁ ଆରମ୍ଭ କରି ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ ଲାଗୁ କରାଯାଇଛି। ଛାତ୍ରଛାତ୍ରୀଙ୍କ ପାଇଁ ପାଠପଢ଼ା ବନ୍ଦ ରହିଥିଲେ ମଧ୍ୟ ବିଦ୍ୟାଳୟଗୁଡ଼ିକର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଏବଂ କର୍ମଚାରୀ କାର୍ଯ୍ୟାଳୟରେ ଉପସ୍ଥିତ ରହିବେ। ବାତ୍ୟା ଜନିତ ଯେକୌଣସି ଜରୁରୀ ପରିସ୍ଥିତିର ମୁକାବିଲା କରିବା ପାଇଁ ବିଦ୍ୟାଳୟ କୋଠା ଏବଂ ଆନୁଷଙ୍ଗିକ ବ୍ୟବସ୍ଥାକୁ ପ୍ରସ୍ତୁତ ରଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।

Comments are closed, but trackbacks and pingbacks are open.