ରାଜ୍ୟରୁ ୨୨୯ ସଂକ୍ରମିତ ଚିହ୍ନଟ , ୩ ମୃତ

27

ଆଜି ରାଜ୍ୟରୁ ୨୨୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ଏବଂ ୩ ଜଣଙ୍କ ମୃତ୍ୟୁ ଘଟିଛି I ସମସ୍ତ ମୃତକ ଖୋର୍ଦ୍ଧା, ପୁରୀ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଚିହ୍ନଟ ହୋଇଥିବା ଜଣ ପଡିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୩୮୬କୁ ବୃଦ୍ଧି ପାଇଛି । ସେହିପରି ଚିହ୍ନଟ ହୋଇଥିବା ସଂକ୍ରମିତ ଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୩୩ ଓ ସ୍ଥାନୀୟ ଅଞ୍ଚଳରୁ ୯୬ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୨୯ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୬ ହଜାର ୩୧୭ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୩୫ ହଜାର ୨୬୨ ରହିଥିବା ବେଳେ ୨ ହଜାର ୬୧୬ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.