ରାଜ୍ୟରେ ୧୯୭ ସଂକ୍ରମିତ ଚିହ୍ନଟ, ୨ ମୃତ

22

ଆଜି ୧୯୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୨ ଜଣଙ୍କ ମୃତ୍ୟୁ ହୋଇଛି ଇ ମୃତକ ଦୁଇ ଜଣ ବରଗଡ଼ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ଇ ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୪୦୯କୁ ବୃଦ୍ଧି ପାଇଛି । ସେହିଭଳି ସଂକ୍ରମିତ ଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୧୫ ଓ ସ୍ଥାନୀୟ ଅଞ୍ଚଳରୁ ୮୨ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୨୫ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୮ ହଜାର ୮୮୦ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୩୮ ହଜାର ୮୫ ରହିଥିବା ବେଳେ ୨ ହଜାର ୩୩୩ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଗତ କାଲି ମଧ୍ୟ କରୋନା ସଂକ୍ରମିତ ଙ୍କ ସଂଖ୍ୟା ୨୦୦ ତଳକୁ ରହିଥିଲା I ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.