ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଶିଶୁ ସାଂସ୍କୃତିକ ବିଚିତ୍ରା ଅନୁଷ୍ଠିତ

230

ଭୁବନେଶ୍ୱର:ଓଡ଼ିଆ ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଶିଶୁ ଦିବସ ଅବ୍ୟବହିତ ପୂର୍ବରୁ ଶିଶୁ ସାଂସ୍କୃତିକ ବିଚିତ୍ରା ସ୍ଥାନୀୟ ରବୀନ୍ଦ୍ର ମଣ୍ଡପରେ ଅନୁଷ୍ଠିତ ହୋଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ଏବଂ ସମ୍ମାନିତ ଅତିଥି ଭାବେ ନିର୍ଦ୍ଦେଶକ ଶ୍ରୀ ଦିଲୀପ ରାଉତରାଏ, ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ମଧୁସୂଦନ ଦାଶ, ସ୍ୱତନ୍ତ୍ର କର୍ତ୍ତବ୍ୟରତ ଅଧିକାରୀ ଅନୁଜା ତାରିଣୀ ମିଶ୍ର, ଶ୍ରୀମତୀ ବନାନୀ ମହାପାତ୍ର, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅତିରିକ୍ତ ଶାସନ ସଚିବ ଶ୍ରୀମତୀ ଶୁଭଶ୍ରୀ ନନ୍ଦ, ଉଚ୍ଚଶିକ୍ଷା ବିଭାଗ ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ସନାତନ ପଣ୍ଡା, ଭୁବନେଶ୍ୱର ବ୍ଲକ ଶିକ୍ଷାଧିକାରୀ ଡଃ ପ୍ରଜ୍ଞା ପାରମିତା ଜେନା ପ୍ରମୁଖ ଯୋଗଦେଇ ଶିଶୁ ମାନଙ୍କ ଭିତରେ ଥିବା ଲୁକ୍କାୟିତ ପ୍ରତିଭାର ଉନ୍ମୋଚିତ କରିବା ଉପରର ଗୁରୁତ୍ୱାରୋପ କରିଥିଲେ । ପରିବର୍ତ୍ତିତ ସମୟର ତାଳ ଦେଇ ସମାଜରେ ଦୈନିକ ପରିବର୍ତ୍ତନ ଘଟୁଥିବା ବେଳେ ଶିଶୁ ମାନଙ୍କୁ ଏଥିସହ ପରିଚିତ କରାଇ ଭବିଷ୍ୟତ ପାଇଁ ପ୍ରସ୍ତୁତି କରିବାକୁ ଅତିଥି ମାନେ ମତବ୍ୟକ୍ତ କରିଥିଲେ ।

ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ସହ ଶିଶୁ ପ୍ରତିଭା ମାନଙ୍କୁ ପ୍ରୋତ୍ସାହିତ କରିବାକୁ ବିଦ୍ୟାଳୟ ଗୁଡିକୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସାହୁ ପରାମର୍ଶ ଦେଇଥିଲେ । ଏଥିନିମନ୍ତେ ଶିକ୍ଷକ ଶିକ୍ଷୟିତ୍ରୀ ଓ ଅଭିଭାବକ ମାନେ ଆଗେଇ ଆସିବାକୁ ସେ ମତବ୍ୟକ୍ତ କରିଥିଲେ । ଓଡ଼ିଶାର ମହାନ ଭାଷା, ଐତିହ୍ୟ ଓ ସଂସ୍କୃତି ପ୍ରତି ପିଲା ମାନଙ୍କ ରୁଚି ତଥା ଅନୁରକ୍ତି ବୃଦ୍ଧି ପାଇଁ ବିଭାଗ ପକ୍ଷରୁ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି ।

ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ମନଛୁଆଁ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ଶେଷରେ ସେମାନଙ୍କୁ ମାନପତ୍ର, ଓଡ଼ିଆ ପୁସ୍ତକ, ପୁଷ୍ପ ଗୁଚ୍ଛ ଓ ଚକୋଲେଟ ପ୍ରଦାନ କରି ସମ୍ବର୍ଦ୍ଧନା କରାଯାଇଥିଲା । କାର୍ଯ୍ୟକ୍ରମକୁ ରାଜ୍ୟ ସଂଗ୍ରାହଳୟ ଅଧୀକ୍ଷକ ଶ୍ରୀମତୀ ଭାଗ୍ୟଲିପି ମଲ୍ଲ ପରିଚାଳନା କରିଥିଲେ ।

Comments are closed, but trackbacks and pingbacks are open.