୨୯ରେ ଆସୁଛି ଏକ ଲଘୁଚାପ

29

ଆସନ୍ତା ୨୯ରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଘୁର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ନେଇ ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ କରିଛି । ଆସୁଛି ପୁଣି ଏକ ଲଘୁଚାପ । ଓଡିଶା ଉପକୂଳରେ ସୃଷ୍ଟି ହୋଇପାରେ ଲଘୁଚାପ । ଓଡ଼ିଶା ଉପରେ ଏହାର ବିଶେଷ ପ୍ରଭାବ ପଡ଼ିବନି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ।

ଆଇଏମଡି ସୂଚନା ଅନୁଯାୟୀ, ପୂର୍ବ ଭାରତ ମହାସାଗର ଏବଂ ସଲଂଗ୍ନ ଦକ୍ଷିଣପୂର୍ବ ବଙ୍ଗୋପ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିହେବାର ସମ୍ଭାବନା ରହିଛି ।

ଏହାର ପ୍ରଭାବରେ ଦକ୍ଷିଣ ପୂର୍ବ ବଙ୍ଗୋପ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ୩ ଭିତରେ ଏହା ଧୀରେ ଧରେ ପଶ୍ଚିମଉତ୍ତର-ପଶ୍ଚିମ ଦିଗକୁ ଗତି କରିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

Comments are closed, but trackbacks and pingbacks are open.