ମହିଳାଙ୍କ ଖାତାକୁ ଗଲା ସୁଭଦ୍ରା ଟଙ୍କା

40

ଭୁବନେଶ୍ବର: ମହିଳାଙ୍କ ଖାତାକୁ ଗଲା ସୁଭଦ୍ରା ଟଙ୍କା । ସୁଭଦ୍ରା ଯୋଜନାରେ ଶନିବାର ୧୮ ଲକ୍ଷ ମହିଳାଙ୍କୁ ଏହି ଟଙ୍କା ଦିଆଯାଇଛି।ଯାଜପୁରରେ ଆଯୋଜିତ କାର୍ୟ୍ୟକ୍ରମରେ ସୁଭଦ୍ରାର ଯୋଜନା ପ୍ରଥମ କିସ୍ତିର ୪ର୍ଥ ପର୍ୟ୍ୟାୟ ଟଙ୍କା ପ୍ରଦାନ କରାଯାଇଛି। ବ୍ୟାସନଗରର ଚାନ୍ଦମା ପଡ଼ିଆରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଟଙ୍କା ପ୍ରଦାନ କରିଛନ୍ତି। ରାଜ୍ୟରେ ୯୮ ଲକ୍ଷ ମହିଳା ସୁଭଦ୍ରା ଯୋଜନାରେ ଲାଭବାନ ହେବେ। ଏହାସହ ଯେଉଁମାନେ ଏନ୍‌ପିସିଆଇରେ ରହିଯିବେ, ସେମାନଙ୍କୁ ମାର୍ଚ୍ଚ ୮ ତାରିଖ ସୁଦ୍ଧା ଯୋଡ଼ି ଦିଆଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସମ୍ବଲପୁରରେ ସୂଚନା ଦେଇଛନ୍ତି।

Comments are closed, but trackbacks and pingbacks are open.