ଶ୍ରୀକ୍ଷେତ୍ରରୁ ଅଯୋଧ୍ୟାକୁ ଗଡ଼ିବ ସ୍ୱତନ୍ତ୍ର ଟ୍ରେନ୍‌..

118

ଶ୍ରୀକ୍ଷେତ୍ରରୁ ଅଯୋଧ୍ୟାକୁ ଗଡ଼ିବ ସ୍ୱତନ୍ତ୍ର ଟ୍ରେନ୍‌। ଜୁଲାଇ- ଅଗଷ୍ଟ ମାସରେ ଏହି ଟ୍ରେନ୍‌ ଶୁଭାରମ୍ଭ ହେବ। ଏହାଛଡ଼ା ବହୁ ପ୍ରତିକ୍ଷୀତ ପୁରୀ-କୋଣାର୍କ ମଧ୍ୟରେ ଶୀଘ୍ର ଟ୍ରେନ୍‌ ଚଳାଚଳ କରିବ। ଆଜି ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ।

ପୁରୀର ବହୁ ପ୍ରତିକ୍ଷୀତ ସିଦ୍ଧମହାବୀର ରେଳ ଓଭରବ୍ରିଜ୍‌ ପାଇଁ ଶିଳାନ୍ୟାସ ଉତ୍ସବ ଅନୁଷ୍ଠିତ ହୋଇଛି। ଶରଧାବାଲିରେ ଆୟୋଜିତ କାର୍ଯ୍ୟକ୍ରମରେ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ୍‌ ଗଡକରୀ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଯୋଗଦେଲେ। ଉତ୍ସବରେ ଅନ୍ୟ ଅତିଥିଭାବେ କେନ୍ଦ୍ରରେଳ ମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ, ବିଜେପି ଜାତୀୟ ମୁଖପାତ୍ର ସମ୍ବିତ ପାତ୍ର, ଜାତୀୟ ରାଜପଥ ଓ ସଡ଼କ ପରିବହନ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିଥିଲେ।

ସମଗ୍ର ଦେଶରେ ୬୬୦୦ କୋଟି ଟଙ୍କା ବ୍ୟୟରେ ୨୮ଟି ଜାତୀୟ ରାଜପଥ ପାଇଁ ଭୂମିପୂଜା ଓ ଲୋକାର୍ପଣ ଉତ୍ସବ ହେଉଛି। ଏହି ଅବସରରେ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ୍‌ ଗଡକରୀ ଓଡ଼ିଶା ପାଇଁ ଖୁସି ଖବର ଦେଇଛନ୍ତି। ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀର କୃଷ୍ଣପ୍ରସାଦ ବ୍ଲକର ସାତପଡ଼ାରୁ ଜନ୍ନି କୁଦାକୁ ସଂଯୋଗୀକରଣ ପାଇଁ ୬ କିଲୋମିଟର ରାସ୍ତା ନିର୍ମାଣ କରାଯିବ। ଏନେଇ ଆଜି ନୀତିନ ଗଡକରୀ ଘୋଷଣା କରିଛନ୍ତି।

Comments are closed, but trackbacks and pingbacks are open.