ରାଜ୍ୟରୁ ୧୧୪୮ ଜଣ ସଂକ୍ରମିତ ଚିହ୍ନଟ ,୨୨ ମୃତ

18

ରାଜ୍ୟରେ ଧୀରେଧୀରେ କରୋନା କମିବାରେ ଲାଗିଛି । କିନ୍ତୁ ମୃତ୍ୟୁ ସଂଖ୍ୟା ରେ ବ୍ରେକ ଲାଗି ପାରୁ ନାହିଁ I ରାଜ୍ୟରେ ବିଗତ କିଛିଦିନ ଧରି ରାଜ୍ୟରେ ଦୈନିକ ମୃତ୍ୟୁ ସଂଖ୍ୟା ୨୦ ଉପରେ ରହୁଥିବା ଦେଖାଯାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୧୧୪୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ପୁଣି ୨୨ ଜଣଙ୍କ ଜୀବନ ଯାଇଛି I ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୮୮୪କୁ ବୃଦ୍ଧି ପାଇଛି । ମୃତକ ମାନେ ବାଲେଶ୍ୱରରୁ ସର୍ବାଧିକ ୮ ଜଣ, ସୁନ୍ଦରଗଡ଼ରୁ ୪, ଗଞ୍ଜାମରୁ ୩, ଭୁବନେଶ୍ୱରରୁ ୨, ଅନୁଗୁଳ, କେଉଁଝର, କେନ୍ଦ୍ରାପଡ଼ା, ଜଗତସିଂହପୁର, ନବରଙ୍ଗପୁରରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୧୧୪୮ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୭୨୬୨ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୬୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୭୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୨୪୪ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୭୭୨୬୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୩୩୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୫୫୯୯୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୮୪୧୮୯୭୪ସାମ୍ପୁଲ ଟେଷ୍ଟ୍ ହୋଇଛି ।

Comments are closed, but trackbacks and pingbacks are open.