ରାଜ୍ୟରୁ ୧୨୪ ସଂକ୍ରମିତ ଚିହ୍ନଟ ୧ ମୃତ

16

କରୋନା ର ନୂଆ ପ୍ରଜାତି ଓମିକ୍ରନ ୪ ଜଣ ସଂକ୍ରମିତ ବର୍ତ୍ତମାନ ରାଜ୍ୟରେ ଚିହ୍ନଟ ହୋଇଥିବା ବେଳେ ,ରାଜ୍ୟ ରୁ କରୋନା ସଂକ୍ରମଣ ଆମି ଆସୁଛି I ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୧୨୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏବଂ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ଇ ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୪୫୧କୁ ବୃଦ୍ଧି ପାଇଛି । ସେହିଭଳି ସଂକ୍ରମିତ ଙ୍କ ମଧ୍ୟରୁ ସଙ୍ଗରୋଧରୁ ୭୫ ଓ ସ୍ଥାନୀୟ ଅଞ୍ଚଳରୁ ୪୯ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୧୭ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୩ ହଜାର ୭୬୯ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୪୩ ହଜାର ୬୦୧ ରହିଥିବା ବେଳେ ୧ ହଜାର ୬୬୪ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.