ରାଜ୍ୟରୁ ୩୪୫ ଜଣ କରୋନା ସଂକ୍ରମିତ ଚିହ୍ନଟ

28

ରାଜ୍ୟରେ କମୁଛି କରୋନା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୩୪୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୨୦୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ସ୍ଥାନୀୟ ସଂକ୍ରମିତ ୧୪୩ ଜଣ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ରହିଛନ୍ତି ୧୧୧ ପଜିଟିଭ୍ । ଯାଜପୁରରୁ ସର୍ବାଧିକ ୫୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୩୨, ବାଲେଶ୍ୱର ୬, ବରଗଡ ୮, ଭଦ୍ରକ ୬, ବଲାଙ୍ଗିର ୧, ବୌଦ୍ଧ ୩, କଟକ ୫, ଢ଼େଙ୍କାନାଳ ୩, ଗଜପତିରୁ ୨୭ଚିହ୍ନଟ ହୋଇଛନ୍ତି । ଗଞ୍ଜାମରେ ୧୭, ଜଗତସିଂହପୁର ୨, ଯାଜପୁର ୫୨, ଝାରସୁଗୁଡା ୧୭, କଳାହାଣ୍ଡି ୪, କନ୍ଧମାଳ ୨, କେନ୍ଦ୍ରାପଡା ୧୨, କେନ୍ଦୁଝରରେ ୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହିତ ଖୋର୍ଦ୍ଧା ୨୫ କୋରାପୁଟ ୧, ମାଲକାନଗିରି ୧, ମୟୂରଭଞ୍ଜ ୧୬, ନବରଙ୍ଗପୁର ୫, ନୟାଗଡ ୨, ନୂଆପଡା ୭, ପୁରୀ ୪, ରାୟଗଡା ୮, ସମ୍ବଲପୁର ୨୯,ସୋନପୁର ୧, ସୁନ୍ଦରଗଡ଼ ୩୯ ଷ୍ଟେଟପୁଲରୁ ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗତ ୨୪ ଘଣ୍ଟାରେ କରୋନାରୁ ସୁସ୍ଥ ହୋଇଛନ୍ତି ଆଉ ୮୨୫ ଆକ୍ରାନ୍ତ । ଆଜିର ସୁସ୍ଥତାକୁ ମିଶାଇ ରାଜ୍ୟରେ ଏଯାଏ ମୋଟ୍ ସୁସ୍ଥ ହେଲେଣି ୧୨ଲକ୍ଷ ୭୧ ହଜାର ୮୪୩ ଆକ୍ରାନ୍ତ । ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୪, ୩୨୩କୁ ବୃଦ୍ଧି ପାଇଥିବା ବେଳେ, ସକ୍ରିୟ ଆକ୍ରାନ୍ତ ୩ ହଜାର ୩୭୫ ରହିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Comments are closed, but trackbacks and pingbacks are open.