ଏସିଏଫ୍‌ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା ତଦନ୍ତ ଭାର କ୍ରାଇମବ୍ରାଞ୍ଚ ହାତ କୁ ଗଲା

29

ବହୁ ଚର୍ଚ୍ଚିତ ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ (ଏସିଏଫ୍‌) ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା ଏହି ସୂଚନା ଦେଇଛନ୍ତି।
ତାଙ୍କ ସୂଚନା ଅନୁଯାୟୀ, ଡିଜିପି ଅଭୟଙ୍କ ନିର୍ଦ୍ଦେଶ ପରେ କ୍ରାଇମବ୍ରାଞ୍ଚ ଏହି ମାମଲରା ତଦନ୍ତ ଭାର ନେଇଛି। ଘଟଣାର ତଦନ୍ତ କରିବା ପାଇଁ କ୍ରାଇମବ୍ରାଞ୍ଚ ଡିଏସ୍‌ପିଙ୍କ ନେତୃତ୍ୱରେ ଏକ ୩ ଜଣିଆ ଟିମ୍ ଗଠନ କରାଯାଇଛି।
ଏଡିଜି ଶ୍ରୀ ପଣ୍ଡା କହିଛନ୍ତି, ଏହା ଏକ ସ୍ପର୍ଶକାତର ଘଟଣା ହୋଇଥିବାରୁ କ୍ରାଇମ୍‌ବ୍ରାଞ୍ଚ ଏହାର ତଦନ୍ତ କରିବ। କ୍ରାଇମବ୍ରାଞ୍ଚ ଅଧିକାରୀ ମୂଳରୁ ଘଟଣାର ତଦନ୍ତ କରିବେ। ସମସ୍ତଙ୍କୁ ତଦନ୍ତ ପରିସରଭୁକ୍ତ କରାଯିବ।
ଇତିମଧ୍ୟରେ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁକୁ ମାସେ ପୂରି ଯାଇଛି। କିନ୍ତୁ ତାଙ୍କ ମୃତ୍ୟୁ ଉପରୁ ରହସ୍ୟ ହଟିପାରିନି। ଏହା ଏକ ଆତ୍ମହତ୍ୟା ନା ଯୋଜନାବଦ୍ଧ ହତ୍ୟାକାଣ୍ଡ, ତାହା ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇପାରିନି। ଏଯାବତ୍ ପାରଳାଖେମୁଣ୍ଡି ପୁଲିସ୍ ଏହି ଘଟଣାର ତଦନ୍ତ କରୁଥିବା ବେଳେ ତା’ର ତଦନ୍ତ ପ୍ରକ୍ରିୟା ଉପରେ ଅନେକ ପ୍ରଶ୍ନ ଉଠିଛି। ସୌମ୍ୟଙ୍କ ପରିବାର ଲୋକଙ୍କର ପୁଲିସ୍ ଉପରୁ ଭରସା ଉଠି ସାରିଥିବା ବେଳେ ସେମାନେ ଏହାର ସିବିଆଇ ତଦନ୍ତ ଦାବି କରିଛନ୍ତି। ଏପରିକି ନ୍ୟାୟ ନ ମିଳିଲେ ସୌମ୍ୟଙ୍କ ବାପାମା’ ଆତ୍ମାହୁତି ଦେବେ ବୋଲି ମଧ୍ୟ ଧମକ ଦେଇଛନ୍ତି।

Leave A Reply

Your email address will not be published.