ସକ୍ରିୟ ଲଘୁଚାପ : ପାଞ୍ଚଦିନ ପ୍ରବଳ ବର୍ଷିବ

23

ଭୁବନେଶ୍ଵର: ବଙ୍ଗୋପସାଗରରେ ଗଠିତ ଲଘୁଚାପ କ୍ଷେତ୍ର ଆହୁରି ଶକ୍ତିଶାଳୀ ହୋଇ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଲଗାତାର ବର୍ଷା ଜାରି ରହିଛି। ପାଣିପାଗ ବିଭାଗ ଆଗାମୀ ୨୪ ଘଣ୍ଟା ପାଇଁ ବୌଦ୍ଧ, କନ୍ଧମାଳ, ସୁବର୍ଣ୍ଣପୁର, ସମ୍ବଲପୁର ଏବଂ ଅନୁଗୋଳ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରିଛି। ସେହିପରି ୮ଟି ଜିଲ୍ଲାରେ ଅରେଞ୍ଜ ଆଲର୍ଟ ଏବଂ ଅନ୍ୟ ସମସ୍ତ ଜିଲ୍ଲାରେ ୟେଲୋ ଆଲର୍ଟ ରହିଛି। ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ଉପକୂଳ ଓ ସଂଲଗ୍ନ ସମୁଦ୍ର ଅଞ୍ଚଳରେ ଘଣ୍ଟାପ୍ରତି ୪୦–୫୦ କିମି ବେଗରେ ପବନ ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ପାଣିପାଗ ବିଭାଗ ଅନୁରୋଧ କରିଛି।

Comments are closed, but trackbacks and pingbacks are open.