ଭୁବନେଶ୍ଵର: ଚଳିତ ଶିକ୍ଷା ବର୍ଷ ପାଇଁ ସମ୍ବଲପୁର ଜିଲ୍ଲାର ବୁର୍ଲା ଭିମସାର ସମେତ ଓଡ଼ିଶାର ୬ଟି ମେଡିକାଲ କଲେଜରେ ୬୨ଟି ଅତିରିକ୍ତ ପିଜି ସିଟ୍ ବୃଦ୍ଧି କରାଯାଇଛି। ଏହି ନିଷ୍ପତ୍ତିକୁ ସ୍ୱାଗତ ଜଣାଇବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେ ପି ନଡ୍ଡା, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି ଦୂରଦୃଷ୍ଟିସମ୍ପନ୍ନ ପଦକ୍ଷେପ ଦ୍ୱାରା ଓଡ଼ିଶାର ଶିକ୍ଷା ଓ ସ୍ୱାସ୍ଥ୍ୟ ଭିତ୍ତିଭୂମି ଅଧିକ ସୁଦୃଢ଼ ହେବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି।
Comments are closed, but trackbacks and pingbacks are open.