ପୁଣି ସଲମାନଙ୍କୁ ହତ୍ୟା ଧମକ

25

ପୁଣି ସଲମାନ ଖାନଙ୍କୁ ହତ୍ୟା ଧମକ । ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ୍ ତରଫରୁ ଇ-ମେଲ ଯୋଗେ ତାଙ୍କୁ ହତ୍ୟା ଧମକ ଦିଆଯାଇଛି । ଏନେଇ ସଲମାନଙ୍କ ଟିମ ପକ୍ଷରୁ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ୍ ବିରୋଧରେ ମୁମ୍ବାଇର ବାନ୍ଦ୍ରା ଥାନାରେ ଅଭିଯୋଗ କରାଯାଇଛି । ଧମକ ପରେ ସଲମାନଙ୍କ ଘର ସମ୍ମୁଖରେ ସୁରକ୍ଷା ବ୍ୟବସ୍ଥା ବଢାଇ ଦିଆଯାଇଛି । ସଲମାନଙ୍କୁ ୱାଇ -ପ୍ଲସ ସୁରକ୍ଷା ଯୋଗାଇ ଦେଇଛି ମୁମ୍ବାଇ ପୁଲିସ ।

ଶନିବାର ଅପରାହ୍ଣରେ ରୋହିତ ଗାର୍ଗ ନାମକ ଜଣେ ବ୍ୟକ୍ତି ତାଙ୍କୁ ଇ-ମେଲ କରିଥିଲେ । ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ସହଯୋଗୀ କାନାଡାର ଗୋଲ୍ଡି ବରାର ତାଙ୍କ ସହ କଥା ହେବାକୁ ଚାହୁଁଥିବା ନେଇ ଇମେଲ ଆସିଥିଲା । ସମୟ ପୁର୍ବରୁ ଜଣାଇଦେଲି, ଆରଥରକୁ ସିଧା ଝଟକା ମିଳବ ବୋଲି ହିନ୍ଦିରେ ଲେଖା ଥିବା ମେଲ ଆସିଥିଲା । । ଏନେଇ ଅଭିଯୋଗ ପରେ ପୁଲିସ ୧୨୦-ବି, ୫୦୬-ଆଇଆଇ ଏବଂ ୩୪ ଆଇପିସିରେ ମାମଲା ରୁଜୁ ହୋଇଛି । ତେବେ ଦୁଇ ଦିନ ତଳେ ଗଣମାଧ୍ୟମକୁ ସାକ୍ଷାତକାର ଦେଇ ଲରେନ୍ସ ବିଷ୍ଣୋଇ ସଲମାନଙ୍କୁ ହତ୍ୟା କରିବାକୁ ଧମକ ଦେଇଥିଲା ।

ଏବେ ସଲମାନଙ୍କୁ ମାରିବା ପାଇଁ ଠିକ୍ ସମୟ ନୁହେଁ । ଯେଉଁଦିନ ତାଙ୍କର ସୁରକ୍ଷା ହଟିବ ସେଦିନ ତାଙ୍କର ଶେଷ ଦିନ ହେବ । ସିଦ୍ଧୁ ମୁସେୱାଲାଙ୍କ ଭଳି ସଲମନ ଅହଙ୍କାରୀ ଥିଲା ବୋଲି କହିଥିଲା ଲରେନ୍ସ ବିଷ୍ଣୋଇ । ପଞ୍ଜାବର ପରିଚିତ କଣ୍ଠଶିଳ୍ପୀ ସିଦ୍ଧୁ ମୁସେୱାଲା ହତ୍ୟା ମାମଲାରେ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇ ଏବେ ଜେଲରେ ଅଛି ।

Comments are closed, but trackbacks and pingbacks are open.