ଚିନ୍ତା ବଢ଼ାଇଲା କରୋନା : ଆଜି ରାଜ୍ୟରୁ ୧୬୧ ସଂକ୍ରମିତ ଚିହ୍ନଟ

37

ଅଚାନକ ଭାବରେ ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ଉପର ମୁହାଁ ହେଉଛି । ଗତ ୩ ଦିନ ମଧ୍ୟରେ ୫୦ ରୁ ସଂକ୍ରମଣ ବଢି ୧୫୦ ପାର କରିଛି I ସେହି ଅନୁସାରେ ଆଜି ରାଜ୍ୟରୁ ୧୬୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସଂଗରୋଧରୁ ୯୫, ସ୍ଥାନୀୟ ଅଞ୍ଚଳରୁ ୬୬,ସେହିପରି ୧୮ ବର୍ଷରୁ କମ୍ ବୟସର ୨୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୦ ଓ କଟକରୁ ୩୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନ୍ୟ ଆକ୍ରାନ୍ତ ଙ୍କ ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୮ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୨ଜଣ, ଝାରସୁଗୁଡାରୁ ୩ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ନୂଆପଡାରୁ ଜଣେ, ପୁରୀ ଜିଲ୍ଲାରୁ ୫ଜଣ, ରାୟଗଡା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୋନପୁର ଜିଲ୍ଲାରୁ ୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩ଜଣ, ଷ୍ଟେଟ ପୁଲ୍‌ରୁ ୧୫ଜଣ ରହିଛନ୍ତି ।
ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୯୬୦୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ଅନ୍ୟପକ୍ଷରେ ଆଉ ୪୯ ଜଣ ସୁସ୍ଥ ହେବା ସହ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧୨ ଲକ୍ଷ ୭୯ ହଜାର ୭୯୪ରେ ପହଞ୍ଚିଛି । ରାଜ୍ୟରେ ଏବେ ୬୨୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Comments are closed, but trackbacks and pingbacks are open.