ମାଲକାନଗିରି ପାଇଁ ୨ ଅଧିକାରୀଙ୍କୁ ଦାୟିତ୍ୱ ପ୍ରଦାନ

63

ଭୁବନେଶ୍ୱର: ଲଗାଣ ବର୍ଷା ଯୋଗୁଁ  ମାଲକାନଗିରିରେ ସବୁଠି ଜଳମଗ୍ନ । ତେବେ ମାଲକାନଗିରି ସ୍ଥିତି ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୨ ଜଣ ବରିଷ୍ଠ ଅଧିକାରୀଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି । ସେମାନେ ହେଲେ ଆଇପିଏସ ସୁଧାଂଶୁ ଷଡ଼ଙ୍ଗୀ ଓ ବରିଷ୍ଠ ଆଇଏଏସ ବିଷ୍ଣୁପଦ ସେଠୀ । ସେଠାକାର ପରିସ୍ଥିତିର ତଦାରଖ ପାଇଁ ସମ୍ପୃକ୍ତ ଅଧିକାରୀ ଦ୍ୱୟଙ୍କୁ ଦାୟିତ୍ୱ ଦିଆଯାଇଛି । ପ୍ରକାଶ ଯେ ଗତ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରିରେ ସର୍ବାଧିକ ବର୍ଷା ହୋଇଥିବା ରେକର୍ଡ କରାଯାଇଛି । ଏନେଇ ଆଞ୍ଚଳିକ ପାଣିପାଗ ନିଦେ୍ର୍ଧଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି । ସୂଚନା ଅନୁଯାୟୀ ମାଲକାନଗିରିରେ ୨୫୩ ମିମି ବର୍ଷା ରେକର୍ଡ କରାଯାଇଛି । ଆଗାମୀ ୨୪ ଘଣ୍ଟାରେ ସବୁ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ପାଇଁ ୭ଟି ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ରେଡ ଆଲର୍ଟ ଜାରି କରାଯାଇଛି ।  ସମ୍ପୃକ୍ତ ଜିଲ୍ଲାଗୁଡ଼ିକ ହେଲା ଗଞ୍ଜାମ, କନ୍ଧମାଳ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ବୌଦ୍ଧ ଓ ବଲାଙ୍ଗୀର । ପୁରୀ ଠାରୁ ୫୦ କିମି ଦୂରରେ ଗଭୀର ଅବପାତ କେନ୍ଦ୍ରୀଭୂତ ହୋଇଛି । ଯାହା ଆଜି ପୁରୀ ପାଖାପାଖି ଉପକୂଳ ଅତିକ୍ରମ କରିବ ।  

Comments are closed, but trackbacks and pingbacks are open.