ପୁଣି ବଙ୍ଗୋପସାଗରରେ ଲଘୁଚାପ, ୬ରୁ ପ୍ରବଳ ବର୍ଷା ସମ୍ଭାବନା

177

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡ ଉପରେ ଲଘୁଚାପ କେନ୍ଦ୍ରୀଭୂତ ହୋଇଛି । ତେବେ ସଂପୂର୍ଣ୍ଣ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନରୁ ବାୟୁମଣ୍ଡଳରେ ୭.୬କିମି ଉଚ୍ଚତା ଯାଏଁ ଲମ୍ବିଛି । ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୬ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । କେନ୍ଦୁଝର, ସୁନ୍ଦରଗଡ, ଦେବଗଡ଼, ଝାରସୁଗୁଡା, ସମ୍ବଲପୁର ଏବଂ ବରଗଡ଼କୁ ଏହି ସତର୍କତା ଜାରି କରାଯାଇଛି । ୭୦ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ଆକଳନ କରାଯାଉଛି । ବର୍ଷା ପାଇଁ ୨୪ ଘଣ୍ଟା ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା କରାଯାଇଛି । ଅନ୍ୟପଟେ ରାଜ୍ୟରେ ଆସନ୍ତାକାଲି ଠାରୁ ବର୍ଷାର ପ୍ରଭାବ କମିବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର କହିଛି । ପୁଣି ୬ ତାରିଖରୁ ବଢିବ ବର୍ଷାର ପରିମାଣ ଏବଂ ବିସ୍ତୃତି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ସକ୍ରିୟ ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ର୍ପୂବାନୁମାନ କରାଯାଇଛି । ଅପରପକ୍ଷେ ବର୍ତ୍ତମାନ ମଧ୍ୟ ରାଜ୍ୟର ୧୧ ଜିଲ୍ଲାରେ ରହିଛି ନିଅଣ୍ଟିଆ ବର୍ଷା ।

Comments are closed, but trackbacks and pingbacks are open.