ଭୁବନେଶ୍ୱର: ବିଜେପିରେ ମିଶିଛନ୍ତି ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ଆଇଟି ସେଲ୍ ଅଧ୍ୟକ୍ଷ ଓ ପୂର୍ବତନ ରାଜ୍ୟସଭା ସାଂସଦ ଓ ଦଳର ମୁଖପାତ୍ର ଅମର ପଟ୍ଟନାୟକ। ରାଜ୍ୟ ବିଜେପି କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ପ୍ରଭାରୀ ବିଜୟ ସିଂ ତୋମରଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ଦଳରେ ସାମିଲ ହୋଇଛନ୍ତି ଅମର ପଟ୍ଟନାୟକ। ଗୋଟେପଟେ ନବୀନ ନୂଆପଡ଼ା ନିର୍ବାଚନୀ ପ୍ରଚାରରେ ସାମିଲ ହୋଇଛନ୍ତି । ଅନ୍ୟପଟେ ଦଳର ବରିଷ୍ଠ ନେତା ବିଜେପିରେ ମିଶିବା ଦଳର ସଂଗଠନକୁ ଭାଙ୍ଗିଛି । ବିଜେପି ରାଜ୍ୟ ପ୍ରଭାରୀ ବିଜୟ ସିଂ ତୋମର ଅମର ପଟ୍ଟନାୟକଙ୍କୁ ଦଳର ଟୋପି ପିନ୍ଧାଇ ଦଳକୁ ସ୍ବାଗତ କରିଛନ୍ତି। ଦଳର ଏହି ମିଶ୍ରଣ ପର୍ବରେ ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି, ବରିଷ୍ଠ ନେତ୍ରୀ ପିଙ୍କି ପ୍ରଧାନ ପ୍ରମୁଖ ମଧ୍ୟ ଉପସ୍ଥିତ ଥିଲେ।
ଖବରଥାଉ କି, ପୂର୍ବତନ ଆକାଉଣ୍ଟାଣ୍ଟ୍ ଜେନେରାଲ୍ ଅମର ପଟ୍ଟନାୟକ ୨୦୧୮ ଅଗଷ୍ଟ ୨୯ ତାରିଖରେ ବିଜେଡିରେ ସାମିଲ ହୋଇଥିଲେ। ଏହାପରେ ଆଭିମୁଖ୍ୟ, ବାର୍ତ୍ତା ଓ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମ ସଂପର୍କରେ ଲୋକମାନଙ୍କୁ ଠିକ୍ ଓ ତ୍ବରିତ ସୂଚନା ପ୍ରଦାନ କରିବା ପାଇଁ ବିଜେଡି ଆଇଟି ସେଲ୍ ଗଠନ ହୋଇଥିଲା। ଏହାର ଅଧ୍ୟକ୍ଷ ଭାବେ ଦଳର ମୁଖପାତ୍ର ଅମର ପଟ୍ଟନାୟକଙ୍କୁ ବିଜେଡି ସଭାପତି ତଥା ତତକାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଯୁକ୍ତି ଦେଇଥିଲେ।
Next Post
Comments are closed, but trackbacks and pingbacks are open.