ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ପୁରୁଷ ହକି ଟିମ୍ ଜିତିଲା ବ୍ରୋଞ୍ଜ

: ଚାରି ଦଶନ୍ଧିର ଅପେକ୍ଷାର ଅନ୍ତ ଘଟିଛି। ୪୧ ବର୍ଷ ପରେ ଅଲିମ୍ପିକ୍ସରେ ଭାରତୀୟ ପୁରୁଷ ହକି ଟିମ୍ ଜିତିଛି ପଦକ। ୧୯୮୦ ଅଲିମ୍ପିକ୍ସରେ ଶେଷ ଥର ପାଇଁ ସ୍ୱର୍ଣ୍ଣ ପଦକ ଜିତିଥିବା ଭାରତୀୟ ଦଳ ଆଜି ଟୋକିଓ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ହାସଲ କରିଛି। ଜର୍ମାନୀକୁ ୫-୪ରେ ପରାସ୍ତ କରି ଏହି ପଦକ ହାସଲ କରିଛି ଭାରତୀୟ ଦଳ। ଏହି ଐତିହାସିକ ବିଜୟ ପରେ ସାରା ଦେଶ ଉତ୍ସବ ମୁଖର ହୋଇଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୁଷ ହକି ଟିମ୍‌କୁ ଅଭିନନ୍ଦନ ଜଣାଇଛନ୍ତି।

ଭାରତ ପକ୍ଷରୁ ଆଜି ସିମରନଜୀତ୍ ସିଂହ (୧୭ଶ, ୩୪ତମ ମିନିଟ୍‌ରେ) ଦୁଇଟି ଗୋଲ କରିଥିବା ବେଳେ ହାର୍ଦ୍ଦିକ ସିଂହ (୨୭ତମ ମିନିଟ୍‌), ହରମନପ୍ରୀତ୍ ସିଂହ (୨୯ତମ ମିନିଟ୍‌) ଓ ରୁପିନ୍ଦର ପଲ୍‌ (୩୧ତମ ମିନିଟ୍‌) ଗୋଟିଏ ଲେଖାଏଁ ଗୋଲ୍ ଦେଇଥିଲେ।

ଖେଳ ଆରମ୍ଭ ହେବାର ଦ୍ୱିତୀୟ ମିନିଟ୍‌ରେ ଜର୍ମାନୀ ଦେଇଥିଲା ପ୍ରଥମ ଗୋଲ୍‌। ଏହା ପରେ ଜର୍ମାନୀ ୪ଟି ପେନାଲ୍‌ଟି କର୍ଣ୍ଣର ମଧ୍ୟ ପାଇଥିଲା। ତେବେ ସେଗୁଡ଼ିକୁ ଗୋଲରେ ପରିଣତ କରିପାରି ନଥିଲା। ଭାରତ ପକ୍ଷରୁ ବି କୌଣସି ଗୋଲ୍ ହୋଇ ନଥିଲା। ଫଳରେ ପ୍ରଥମ କ୍ୱାର୍ଟରରେ ଭାରତ ୦-୧ରେ ପଛୁଆ ରହିଥିଲା।

ଦ୍ୱିତୀୟ କ୍ୱାର୍ଟର ପ୍ରାରମ୍ଭରେ ଜର୍ମାନୀ ଉପରେ ଏକ ଗୋଲ୍ ଦେଇଥିଲା ଭାରତ। ସିମରନଜୀନ ସିଂହ ଏହି ଗୋଲ୍‌ଟି ଦେଇଥିଲେ। ଆଉ ଏହା ସହିତ ଦୁଇ ଦଳ ବରାବର ସ୍ଥିତିରେ ପହଞ୍ଚି ଯାଇଥିଲେ। କିନ୍ତୁ ଏହା ପରେ ଜର୍ମାନୀ ଦୁଇଟି ଗୋଲ ଦେଇଥିଲା ଏବଂ ୩-୧ରେ ଆଗୁଆ ରହିଥିଲା। ତେବେ ଦ୍ୱିତୀୟ କ୍ୱାର୍ଟର ଶେଷ ବେଳକୁ ଭାରତ ଆଉ ଦୁଇଟି ଗୋଲ୍‌ ଦେବାରେ ସଫଳ ହୋଇଥିଲା। ଦୁଇ ମିନିଟ୍ ବ୍ୟବଧାନରେ ଏହି ଦୁଇଟି ଗୋଲ୍ ହୋଇଥିଲା।  ହାର୍ଦ୍ଦିକ ସିଂହ ଓ ହରମନପ୍ରୀତ୍ ସିଂହ ଏହି ଦୁଇଟି ଗୋଲ୍ ଦେଇଥିଲେ। ଆଉ ଦ୍ୱିତୀୟ କ୍ୱାର୍ଟର ଶେଷ ସୁଦ୍ଧା ଦୁଇ ଦଳ ୩-୩ରେ ରହିଥିଲେ।

ତୃତୀୟ କ୍ୱାର୍ଟରରେ ଭାରତର ଦବଦବା ଦେଖିବାକୁ ମିଳିଥିଲା। ଏହି କ୍ୱାର୍ଟରରେ ରୁପିନ୍ଦର ପଲ୍ ପ୍ରଥମେ ଏକ ଗୋଲ୍ ଦେଇଥିଲେ। ସେ ଏକ ପେନାଲ୍‌ଟି ଷ୍ଟ୍ରୋକ୍‌କୁ ଗୋଲରେ ପରିଣତ କରିବାରେ ସଫଳ ହୋଇଥିଲେ। ଫଳରେ ଦଳ ୪-୩ରେ ଆଗୁଆ ରହିଥିଲା। ଏହାର ୩ ମିନିଟ୍‌ ପରେ ଦଳ ଆଉ ଏକ ଗୋଲ୍ ଦେବାରେ ସଫଳ ହୋଇଥିଲା। ସିମରନଜୀତ୍ ସିଂହ ଏହି ଗୋଲ୍‌ଟି ଦେଇଥିଲେ ଓ ଏହା ଥିଲା ଏହି ମ୍ୟାଚ୍‌ରେ ତାଙ୍କର ଦ୍ୱିତୀୟ ଗୋଲ୍‌। ଏହା ସହିତ ତୃତୀୟ କ୍ୱାର୍ଟର ଶେଷ ସୁଦ୍ଧା ଦଳ ୫-୩ରେ ଆଗୁଆ ରହିଥିଲା।

ତୁର୍ଥ କ୍ୱାର୍ଟରର ପ୍ରଥମ ୫ ମିନିଟ୍‌ରେ ଜର୍ମାନୀ ଏକ ପେନାଲ୍‌ଟି କର୍ଣ୍ଣରକୁ ଗୋଲ୍‌ରେ ପରିଣତ କରିବାରେ ସଫଳ ହୋଇଥିଲା ଓ ମ୍ୟାଚ୍‌କୁ ୪-୫ ସ୍ଥିତିକୁ ନେଇଯାଇଥିଲା। କିନ୍ତୁ ତା’ପରେ ଆଉ ଗୋଲ୍ କରିବାକୁ ସଫଳ ହୋଇନଥିଲା ଜର୍ମାନୀ। ଭାରତ ପକ୍ଷରୁ ବି ଏହି କ୍ୱାର୍ଟରରେ ଆଉ କୌଣସି ଗୋଲ୍ ହୋଇ ନଥିଲା। ଖେଳ ଶେଷ ହେବାକୁ ଆଉ ୬.୮ ସେକେଣ୍ଡ ଥିବା ବେଳେ ଜର୍ମାନୀ ଏକ ପେନାଲ୍‌ଟି କର୍ଣ୍ଣର ପାଇଥିଲା। ତେବେ ଏହାକୁ ଗୋଲ୍‌ରେ ପରିଣତ କରିପାରି ନଥିଲା।  ଆଉ ଶେଷରେ ଭାରତୀୟ ଦଳ ବିଜୟୀ ହୋଇଥି

Comments (0)
Add Comment