ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୩୦ ଯାଏ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଉତ୍ତର ବଙ୍ଗୋପସାଗର  ଓ ତାର ଆଖପାଖ ଅଞ୍ଚଳରେ ଗତକାଲି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ବର୍ଷା ସମ୍ଭାବନା ରହିଛି । ଏହାବାଦ ଆସନ୍ତା କାଲିଠୁ ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡ଼ିଛି।