ଲଘୁଚାପ ର ପ୍ରଭାବ ଆହୁରି୨୪ ଘଣ୍ଟା ରହିବ : ୫ ଜିଲ୍ଲାକୁ ରେଡ୍‌ ଓ ୧୦ଟିକୁ ଅରେଞ୍ଜ ୱାର୍ଣ୍ଣିଂ

ଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇସାରିଥିବା ବେଳେ ରବିବାର ଠାରୁ ରାଜ୍ୟ ରେ ବିଭିନ୍ନ ଜିଲ୍ଲା ଗୁଡିକରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେଉଛି I ଲଘୁଚାପ ଯୋଗୁଁ ପୁରୀରେ ୮୭ ବର୍ଷର ରେକର୍ଡ ଭାଙ୍ଗି ଥିବା ବେଳେ ଭୁବନେଶ୍ୱର ଭୁବନେଶ୍ୱରରେ ୬୩ ବର୍ଷର ରେକର୍ଡ ଭାଙ୍ଗିଛି Iଏବେ ଚାନ୍ଦବାଲିର ପଶ୍ଚିମ-ଉତ୍ତରପଶ୍ଚିମରେ ୨୦ କିଲୋମିଟର ଦୂରରେ ଓ କେନ୍ଦୁଝରଗଡ଼ର ପୂର୍ବ-ଦକ୍ଷିଣପୂର୍ବରେ ୧୨୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତମପଶ୍ଚିମ ଦିଗରେ ଉତ୍ତର ଓଡ଼ିଶା, ଉତ୍ତର ଛତିଶଗଡ଼ ଓ ମଧ୍ୟପ୍ରଦେଶ ଦେଇ ଗତି କରିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହା ସହିତ ଆସନ୍ତା ୨୪ ଘଣ୍ଟା ପାଇଁ ବିଭିନ୍ନ ଜିଲ୍ଲା ପାଇଁ ରେଡ୍‌, ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରିଛି।

ସେହିପରି ଆସନ୍ତା ୨୪ ଘଣ୍ଟାରେ ୧୦ଟି ଜିଲ୍ଲା- ବଲାଙ୍ଗିର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବୌଦ୍ଧ, କେନ୍ଦୁଝର, ଢେଙ୍କାନାଳ, ଖୋର୍ଦ୍ଧା, ଜଗତସିଂହପୁର, ପୁରୀ ଓ କଟକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।
୯ଟି ଜିଲ୍ଲାରେ କିଛି କିଛି ସ୍ଥାନରେ ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ହୋଇପାରେ। ସେଥିପାଇଁ ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନୟାଗଡ଼ଳ କେନ୍ଦ୍ରାପଡ଼ା, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ ମୟୂରଭଞ୍ଜ।
ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସଙ୍କ ସୂଚନା ଅନୁଯାୟୀ, ଲଘୁଚାପ ପ୍ରଭାବରେ ପୁରୀ ଜିଲ୍ଲାରେ ସର୍ବାଧିକ ବର୍ଷା ହୋଇଛି। ଜିଲ୍ଲାର ୫ଟି ସ୍ଥାନରେ ୩୦୦ ମିମିରୁ ଅଧିକ ବର୍ଷା ହୋଇଛି। ଅସ୍ତରଙ୍ଗରେ ୫୩୦ ମିମି ଓ କାକଟପୁରରେ ୫୨୫ମିମି ବର୍ଷା ହୋଇଥିବା ବେଳେ ପୁରୀରେ ୩୪୨.୫ ମିମି ବର୍ଷା ହୋଇଛି।
ତାଙ୍କ ସୂଚନା ଅନୁଯାୟୀ, ଜଗତସିଂହପୁର ଜିଲ୍ଲାର ବାଲିକୁଦାରେ ୪୪୦ ମିମି ବର୍ଷା ହୋଇଥିବା ବେଳେ କଟକ ଜିଲ୍ଲା କଣ୍ଟାପଡ଼ାରେ ୩୮୧ ମିମି ଓ ନିଆଳିରେ ୩୭୦ ମିମି ବର୍ଷା ହୋଇଥିବା ଶ୍ରୀ ଦାଶ ସୂଚନା ଦେଇଛନ୍ତି I

Comments (0)
Add Comment