ରାଜ୍ୟରେ ପୁଣି ବାହାରିଲେ ୧୮ କରୋନା ସଂକ୍ରମିତ

ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ସ୍ଥିତି ବର୍ତ୍ତମାନ ଆୟତ୍ତ ରେ ରହିଛି I ଗତକାଲି ରାଜ୍ୟରେ ସଂକ୍ରମଣ ସ୍ଥିତି ଦଶକ ସଂଖ୍ୟା ତଳକୁ ରହିଥିବା ବେଳେ ଆଜି ପୁଣି ସାମାନ୍ୟ ବଢିଛି I ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୮ ଜଣ କରୋନା ସଂକ୍ରମଣ ଚିହ୍ନଟ ହୋଇଛନ୍ତି Iଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୭ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ସେହିପରି ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୨ଜଣ, ସୋନପୁର ଜିଲ୍ଲାରୁ ଜଣେ, ଷ୍ଟେଟ ପୁଲ୍‌ରୁ ଜଣେ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୧୦୩ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୧୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୮୮୨୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୩୮୦୧୪୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।