ଆଜି ଅପରାହ୍ନ ରେ ପ୍ରକାଶ ପାଇବ +୨ କଳା ପରୀକ୍ଷା ଫଳ

ଭୁବନେଶ୍ୱର ୦୮-୦୮(ପି.ଏନ.ଏ): ଆଜି ପ୍ରକାଶ ପାଇବ +୨ କଳା ପରୀକ୍ଷା ଫଳ । ଅପରାହ୍ନ ୪ଟାରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ +୨ କଳା ସହ ଧନ୍ଦାମୂଳକ ପରୀକ୍ଷାଫଳ ମଧ୍ୟ ପ୍ରକାଶ ପାଇବ ।ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି।

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ସୂଚନା ଅନୁସାରେ, www.odisharesults.nic.inରେ ରେଜଲ୍ଟ ଉପଲବ୍ଧ ହେବ। ଛାତ୍ରଛାତ୍ରୀମାନେ ଏହି ୱେବସାଇଟ୍‌ ମାଧ୍ୟମରେ ପରୀକ୍ଷାଫଳ ଦେଖିପାରିବେ। ଯୁକ୍ତ ଦୁଇ କଳା ସହ ୮ ତାରିଖରେ ଧନ୍ଦାମୂଳକ ଶିକ୍ଷାର ଫଳ ମଧ୍ୟ ପ୍ରକାଶ ପାଇବ।

ସୂଚନାଯୋଗ୍ୟ, ଜୁଲାଇ ୨୭ତାରିଖରେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ ପ୍ରକାଶ ପାଇଥିଲା। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପରୀକ୍ଷା ଫଳ ଘୋଷଣା କରିଥିଲେ। ଚଳିତ ବର୍ଷ ରାଜ୍ୟର ୧୧୩୩ଟି ପରୀକ୍ଷା କେନ୍ଦ୍ରରେ ମୋଟ୍‍ ୩ ଲକ୍ଷ ୨୧ ହଜାର ୫୦୮ ପରୀକ୍ଷାର୍ଥୀ ଯୁକ୍ତ ଦୁଇ ପରୀକ୍ଷା ଦେଇଥିଲେ । ଏଠି ମଧ୍ୟରୁ କଳାରେ ୨ ଲକ୍ଷ ୧୩ ହଜାର ୪୩୨ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ବେଳେ ଧନ୍ଦାମୂଳକ ଶିକ୍ଷାରେ ୫ହଜାର ୮୬୩ ଜଣ ପରୀକ୍ଷା ଦେଇଛନ୍ତି ।