ପଦ୍ମ ସମ୍ମାନିତ କୃତୀ ସନ୍ତାନଙ୍କୁ ମିଳିବ ୨୫ ହଜାର

ଭୁବନେଶ୍ବର: ପଦ୍ମ ସମ୍ମାନରେ ସମ୍ମାନିତ ଓଡିଶାର କୃତୀ ସନ୍ତାନ ମାନଙ୍କୁ ମାସକୁ ଦିଆଯିବ ୨୫ ହଜାର ଟଙ୍କା ସମ୍ମାନ ରାଶି । ଅପ୍ରେଲ ୨୦୨୪ରୁ ଓଡିଶାର କୃତୀ ସନ୍ତାନମାନଙ୍କୁ ଏହା ପ୍ରଦାନ କରାଯିବ । ପଦ୍ମ ପୁରସ୍କାର ଦେଶର ଗୌରବମୟ ବେସାମରିକ ସମ୍ମାନ ।

ବିଭିନ୍ନ କ୍ଷେତ୍ରରେ ଦେଶକୁ ଗୌରବାନ୍ବିତ କରିଥିବା ବ୍ୟକ୍ତିବିଶେଷଙ୍କୁ ଏହି ସମ୍ମାନ ମିଳିଥାଏ। ପଦ୍ମ ପୁରସ୍କାରପ୍ରାପ୍ତ କୃତୀ ସନ୍ତାନ ମାନେ ସେମାନଙ୍କ ପ୍ରତିଭା ଓ ସେବା କାର୍ଯ୍ୟ ଦ୍ୱାରା ଓଡିଶାର ଗୌରବ ବୃଦ୍ଧି କରିଛନ୍ତି ।

ସମାଜକୁ ସେମାନଙ୍କ ବଳିଷ୍ଠ ଅବଦାନର ସ୍ବୀକୃତି ସ୍ବରୂପ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସେମାନଙ୍କ ସମ୍ମାନାର୍ଥେ ମାସକୁ ୨୫ ହଜାର ଟଙ୍କା ଲେଖାଏ ଅର୍ଥ ସମ୍ମାନ ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଚଳିତ ବର୍ଷ ଅପ୍ରେଲ ମାସ ଠାରୁ ଏହି ସମ୍ମାନ ରାଶି ପ୍ରଦାନ କରାଯିବ।