ରାଜ୍ୟରୁ ୨୮୭ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ ଧୀରେ ଧୀରେ ହ୍ରାସ ପାଉଛି ଦୈନିକ କରୋନା ସଂକ୍ରମଣ I ଆଜି ର ରିପୋର୍ଟ ଅନୁସାରେ ରାଜ୍ୟରୁ ୨୮୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୬୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୧୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୬୨ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୫୦୬୧କୁ ବୃଦ୍ଧି ପାଇଛି । ଏଥିମଧ୍ୟରୁ ୨୪୮୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୧୩୩୬୦ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୦୨୦୭୭୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।