୩୧ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଦୁଇ ଗିରଫ

କଟକ: କଟକ ମଙ୍ଗୁଳି ନିକଟରୁ ବିପୁଳ ପରିମାଣକର ବ୍ରାଉନସୁଗାର ଜବତ କରିଛି ଅବକାରୀ ବିଭାଗ। ଏହାସହିତ ଏହି ଘଟଣାରେ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ଅବକାରୀ ବିଭାଗ। ସୂଚନା ଅନୁଯାୟୀ, ମଙ୍ଗୁଳି ଛକ ନିକଟରେ ବ୍ରାଉନସୁଗାର କାରବାର ନେଇ ଅବକାରୀ ବିଭାଗକୁ ଗୁଇନ୍ଦା ସୂଚନା ମିଳିଥିଲା । ଯାହାକୁ ଆଧାର କରି ଅବକାରୀ ବିଭାଗ ଉକ୍ତ ସ୍ଥାନରେ ଚଢାଉ କରିଥିଲେ । ଏହି ଚଢାଉରେ ବିପୁଳ ପରିମାଣର ବ୍ରାଉନସୁଗାର ଜବତ ହୋଇଛି । ସେହିପରି ଏହି ଘଟଣାରେ ଦୁଇ ଜଣଙ୍କୁ ଗିରଫ କରିଛି ଅବକାରୀ ବିଭାଗ । ଗିରଫ ଦୁଇ ଅଭିଯୁକ୍ତ ହେଲେ ବାସୁଦେବ ଦାସ ଓ ସରୋଜ କୁମାର ରାଉତ ବୋଲି ଜଣାପଡିଛି ।