ରାଜ୍ୟରୁ ୩୬ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ ବର୍ତ୍ତମାନ କରୋନା ସଂକ୍ରମଣ ଦ୍ରୁତ ଗତିରେ ହ୍ରାସ ପାଉଛି I ଏକ ସପ୍ତାହ ମଧ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇ ୫୦ ତଳକୁ ରହୁଛି I ସେହିଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୩୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୧ ଓ ସ୍ଥାନୀୟ ଅଞ୍ଚଳରୁ ୧୫ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୬ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜଣେ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯ଜଣ, ଷ୍ଟେଟ ପୁଲ୍‌ରୁ ଜଣେ ରହିଛନ୍ତି ।
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୭୩୭ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୮ ହଜାର ୨୩୩ ରହିଥିବା ବେଳେ ୩୩୦ ଜଣ ସଂକ୍ରମିତ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।