ରାଜ୍ୟରୁ ୪୫ କୋଭିଡ୍ ସଂକ୍ରମିତ ଚିହ୍ନଟ

ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ କ୍ରମଶଃ ହ୍ରାସ ପାଇ ବର୍ତ୍ତମାନ ସ୍ଥିତି ଆୟତ୍ତରେ ରହିଛି I ମୃତ୍ୟୁ ସଂଖ୍ୟା ରେ ମଧ୍ୟ ବ୍ରେକ ଲାଗିପାରିଛି I ଗତ ୩ ଦିନ ମଧ୍ୟରେ ରାଜ୍ୟରେ କୋଭିଡ ଜନିତ ମୃତ୍ୟୁ ଖବର ସାମ୍ନାକୁ ଆସି ନାହିଁ I ଗତ ୧୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୪୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୭ ଓ ସ୍ଥାନୀୟ ଅଞ୍ଚଳରୁ ୧୮ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୮ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୧୫୩ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୭ ହଜାର ୩୫୭ ରହିଥିବା ବେଳେ ୬୨୭ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।