ରାଜ୍ୟରେ ୨୪ ଘଣ୍ଟାରେ ୫୨୯ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ କରୋନା ତଳ ଉପର ହେଉଛି ଇ ଗତ କାଲି ୬୦୦ ପାର କରିଥିବା ଆକ୍ରାନ୍ତ ଙ୍କ ସଂଖ୍ୟା ଆଜି ୫ ଶହ କୁ ଖସି ଆସିଛି I ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୨୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୨୬୭୩ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୦୮ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୨୧ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୬୨ ଜଣ ପଜିଟିଭ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩ଜଣ, ବାଲେଶ୍ୱର ଜିଲ୍ଲାରୁ ୨୦ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୩୭ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୮ଜଣ, ଯାଜପୁର ଜିଲ୍ଲାରୁ ୧୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧ଜଣ, କେନ୍ଦୁଝର ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୭୪ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୩ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ନୂଆପଡ଼ା ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୧୩ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ଷ୍ଟେଟ ପୁଲ୍‌ରୁ ୬୩ଜଣ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୨୬୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୧୪୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୧୯୨୧୮ଜଣ ସୁସ୍ଥ ହୋଇଛନ୍ତି ।

Comments (0)
Add Comment