୭୨ଜଣ ପିଲାଙ୍କ ସମେତ ରାଜ୍ୟରେ ୬୪୪ କରୋନା ଆକ୍ରାନ୍ତ ଚିହ୍ନଟ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୨ ଜଣ ପିଲାଙ୍କ ସମେତ ୬୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୭୨ ଜଣ ପିଲାଙ୍କ ବୟସ ୧୮ ବର୍ଷରୁ କମ ବୋଲି ସୂଚନା ମିଳିଛି I
୬୪୪ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୮୩ ଚିହ୍ନଟ ହୋଇଛନ୍ତି I ସେଥି ମଧ୍ୟ ରୁ ୩୭୫ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୬୯ଟି ହେଉଛି ଲୋକାଲ୍ କେସ୍‌।
ଅନୁଗୋଳ ଜିଲ୍ଲାରୁ ୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୪, ଭଦ୍ରକରୁ ୭, ବଲାଙ୍ଗିରରୁ ୫, କଟକରୁ ୭୭, ଦେବଗଡ଼ରୁ ୪, ଢେଙ୍କାନାଳରୁ ୬, ଗଜପତିରୁ ଜଣେ, ଗଞ୍ଜାମରୁ ୬, ଜଗତସିଂହପୁରରୁ ୨୮, ଯାଜପୁରରୁ ୨୦, ଝାରସୁଗୁଡ଼ାରୁ ୫,କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ୧୧, କେନ୍ଦୁଝରରୁ ଜଣେ, ମାଲକାନଗିରିରୁ ୫, ମୟୂରଭଞ୍ଜରୁ ୧୫, ନୟାଗଡ଼ରୁ ୬, ପୁରୀରୁ ୨୨, ରାୟଗଡ଼ାରୁ ୨, ସମ୍ବଲପୁରରୁ ୧୦, ସୋନପୁରରୁ ଜଣେ ଓ ସୁନ୍ଦରଗଡ଼ରୁ ୧୩ ଜଣ ଅଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୬୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୨ ହଜାର ୫୯୪ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୦,୦୮,୬୭୧ ଜଣ ସୁସ୍ଥ ହୋଇସାରିଛନ୍ତି। ୫,୭୧୩ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି।
ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୭ ଜଣଙ୍କ ସଂପର୍କରେ ସରକାର ତଥ୍ୟ ଦେଇଛନ୍ତି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୧୫୭କୁ ବୃଦ୍ଧି ପାଇଛି। ଏହି ୭ ଜଣଙ୍କ ମଧ୍ୟରେ ଅନୁଗୋଳ, କଟକ, ଯାଜପୁର, ଖୋର୍ଦ୍ଧା, ନବରଙ୍ଗପୁର, ପୁରୀ ଓ ସୁନ୍ଦରଗଡ଼ ଜିଲ୍ଲାର ଜଣେ ଲେଖାଏଁ ଅଛନ୍ତି।

Comments (0)
Add Comment